ବିଞ୍ଝାରପୁର ବ୍ଲକକୁ ଛୁଇଁଲା କରୋନା: କୋଲକାତା ଫେରନ୍ତା ବୃଦ୍ଧ ଆକ୍ରାନ୍ତ

ବିଞ୍ଝାରପୁର,୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଶୁକ୍ରବାର ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ଗ୍ରାମର ୬୩ ବର୍ଷିୟ ବୃଦ୍ଧ ବୋଲି ଜଣାପଡିଛି। ଗତ ମାର୍ଚ୍ଚ ୨୯ ତାରିଖରେ ବୃଦ୍ଧ ଏକ ବୋଲେରୋ ରିଜର୍ଭକରି କଲିକତାରୁ ଗ୍ରାମକୁ ଫେରିଥିଲେ। ଏହି ଗାଡିରେ ଉକ୍ତ ଗ୍ରାମର ଅନ୍ୟ ୪ଜଣ ବ୍ୟକ୍ତି ଆସିଥିବା ଟ୍ରାଭେଲ ହିଷ୍ଟ୍ରିରୁ ଜଣାପଡ଼ିଛି। ଏହି ଗାଡ଼ିରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ସଂଗରୋଧରେ ରଖାଯିବା ସହ ସେମାନଙ୍କର ସ୍ବାବକୁ ପରୀକ୍ଷା ନିମନ୍ତେ ପଠାଯାଇଥିଲା। ତେବେ ଅନ୍ୟମାନଙ୍କର ନେଗେଟିଭ ବାହାରିଥିବା ବେଳେ ମାତ୍ର ଜଣଙ୍କର ପଜିଟିଭ ବାହାରିଛି। ଏହି ଘଟଣା ଜଣାପଡିବା ପରେ ସମଗ୍ର ବିଞ୍ଝାରପୁର ଅଞ୍ଚଳରେ ଆତଙ୍କ ଖେଳିଯାଇଥିବାବେଳେ ପ୍ରଶାସନ ପକ୍ଷରୁ ବ୍ୟାପକ ସର୍ତକତା ଅବଲମ୍ବନ କରାଯାଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri