ମୁମ୍ବାଇ,୨୮।୪: ଚଳିତ ଆର୍ଥତ୍କ ବର୍ଷରେ ଧାର୍ଯ୍ୟ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବା ବଡ଼ ଚ୍ୟାଲେଞ୍ଜ ହେବ। ମନେଟାଇଜେଶନ ନେଇ କେନ୍ଦ୍ରୀୟ ବ୍ୟାଙ୍କ ବର୍ତ୍ତମାନ କୌଣସି ନିଷ୍ପତ୍ତି ନେଇ ନ ଥିବା ବୋଲି ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। କୋଭିଡ୍-୧୯ ପାଇଁ ସାରା ଦେଶ ଏବଂ ଶିଳ୍ପଗୁଡିକ ଏବେ ଲକ୍ଡାଉନ ହୋଇ ପଡିଛି। ବିତ୍ତୀୟ ସହାୟତା ଆବଶ୍ୟକ ହୋଇ ପଡିଥିବା ବେଳେ ସରକାର ଏ ଦିଗରେ ପଦକ୍ଷେପ ନେବେ ବୋଲି ଜଣାପଡିଛି। ଆର୍ଥତ୍କ ସହାୟତା ଘୋଷଣା ଦିଗରେ ସରକାର ଅଗ୍ରସର ହେଉଛନ୍ତି ବୋଲି ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। କୋଭିଡ୍ ସମସ୍ୟାକୁ ସମାଧାନ କରିବା ଏବଂ ବିତ୍ତୀୟ ଶୃଙ୍ଖଳାକୁ ସମ୍ଭାଳିବା ଦିଗରେ ସରକାର ସତର୍କତାର ସହ କାମ କରିବେ। ୨୦୨୦-୨୧ ଲାଗି ଲକ୍ଷ୍ୟ ରଖାଯାଇଥିବା ୩.୫% ବିତ୍ତୀୟ ହାସଲ ଏବେ ବଡ ଚ୍ୟାଲେଞ୍ଜ। ଏବେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରଭାବିତ ସ୍ଥିତିରେ ରହିଥିବାରୁ ବିତ୍ତୀୟ ନିଅଣ୍ଟ ଧାର୍ଯ୍ୟ ଲକ୍ଷ୍ୟ ଟପିଲେ ଏହାକୁ ସମ୍ଭାଳିବା କଷ୍ଟକର ହୋଇ ପଡିବ ବୋଲି ଦାସ ମତବ୍ୟକ୍ତ କରିଛନ୍ତି।
ବିତ୍ତୀୟ ନିଅଣ୍ଟ ସ୍ଥିତି ସମ୍ଭାଳିବା ଲାଗି ଅର୍ଥ ସହାୟତା ଦେବାକୁ କେନ୍ଦ୍ରୀୟ ବ୍ୟାଙ୍କ ସ୍ବତନ୍ତ୍ର ମହାମାରୀ ବଣ୍ଡ କିମ୍ବା ପ୍ରାଇଭେଟ ପ୍ଲେସ୍ମେଣ୍ଟ ବଣ୍ଡ ଜାରି କରିବା ନେଇ ଏକ ପ୍ରଶ୍ନ ଉପରେ ଦାସ କୌଣସି ଉତ୍ତରରେ ରଖିନାହାନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତିରେ ଏ ନେଇ କୌଣସି ବିଚାର କରାଯାଇ ନାହିଁ। ପାଣ୍ଠି ଲାଗି ବିଭିନ୍ନ ବିକଳ୍ପ ଉପରେ ବିଚାର କରାଯାଉଛି। କ୍ଷୁଦ୍ର ଏବଂ ମଧ୍ୟମ ବର୍ଗ ଅଣ ବ୍ୟାଙ୍କିଙ୍ଗ୍ ବିତ୍ତ ପ୍ରତିଷ୍ଠାନ(ଏନ୍ବିଏଫ୍ସି)ଗୁଡ଼ିକୁ ପାଣ୍ଠି ଯୋଗାଣ ନେଇ ସରକାର ପ୍ରୟାସ ଜାରି ରଖିବେ। ଏହି ସଂସ୍ଥାଗୁଡିକ ସାମ୍ନା କରୁଥିବା ସମସ୍ୟା ସମାଧାନ ଲାଗି ଅଧିକ ପଦକ୍ଷେପ ନିଆଯିବ। ଦେଶର ବ୍ୟାଙ୍କିଙ୍ଗ୍ ସିଷ୍ଟମ ସୁରକ୍ଷିତ ରହିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...
8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...
ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…
ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍ କରିଛି, ଯେଉଁଥିରେ...
କ୍ଷମା ମାଗିଲେ ଲଲିତ ମୋଦି
ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...
୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...
Archives


