ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪ ଲକ୍ଷ କୋଟି ଟଙ୍କା ଛୁଇଁଛି। ସୋମବାର କଣ୍ଟ୍ରୋଲର ଜେନେରାଲ ଅଫ୍ ଆକାଉଣ୍ଟସ ପ୍ରଦାନ କରିଥିବା ତଥ୍ୟ ମୁତାବକ ଏହା ୫,୫୩,୮୪୦ କୋଟି ଟଙ୍କା ରହିଛି। ଗତବର୍ଷ ସମାନ ମାସରେ ଏହା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୮୬.୫% ରହିଥିଲା। ଚଳିତ ଆର୍ଥତ୍କ ବର୍ଷ ଲାଗି ବିତ୍ତୀୟ ନିଅଣ୍ଟକୁ ୭.୦୩ ଲକ୍ଷ କୋଟିରେ ରଖିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସେହିଭଳି ବିତ୍ତୀୟ ନିଅଣ୍ଟକୁ ମୋଟ ଜିଡିପିର ୩.୩%ରେ ନିୟନ୍ତ୍ରଣ ରଖିବାକୁ ଯୋଜନା ରହିଛି। ଅଥନୈତିକ ବ୍ୟାପାର ସଚିବ ଅତନୁ ଚକ୍ରବର୍ତ୍ତୀ ସୋମବାର କହିଛନ୍ତି ଯେ, ସରକାର ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ ଦିଗରେ କାର୍ଯ୍ୟ କରୁଛନ୍ତି। ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟାର୍ଦ୍ଧରେ ୨.୬୮ ଲକ୍ଷ କୋଟି ଟଙ୍କା ଋଣ କରିବାକୁ ଯୋଜନା ରଖାଯାଇଛି।
ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…
ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…
କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…
ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…
EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ
ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…
ଟାଟା ଗ୍ରୁପ୍ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…
Archives

