ନୂଆଦିଲ୍ଲୀ,୧୭-୫: ଅର୍ଥ ଆୟୋଗ ବୁଧବାର ଏଠାରେ ଅର୍ଥ ମନ୍ତ୍ରଣାଳୟ ସହ ହୋଇଥିବା ବୈଠକରେ ବିତ୍ତୀୟ ତଥା ଆର୍ଥିକ ପରିଚାଳନା ନେଇ ଆଲୋଚନା କରିଛି। ଏଥିସହିତ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଯୋଜନାଗୁଡ଼ିକରେ ହେଉଥିବା ଖର୍ଚ୍ଚକୁ ତର୍କସଙ୍ଗତ କରିବା ଲାଗି ମଧ୍ୟ ଆଲୋଚନା ହୋଇଥିଲା। ଗୁରୁବାର ଏ ସମ୍ପର୍କରେ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଛି। ଅର୍ଥ ଆୟୋଗଙ୍କ ସୁପାରିସରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଯୋଜନାଗୁଡ଼ିିକୁ ଏକତ୍ର ଯୋଡିବା ଲାଗି ପରାମର୍ଶ ଦିଆଯାଇଛି। ଏଗୁଡ଼ିକୁ ନୂଆ ଜୀବନ ଚକ୍ର ସହ ଯୋଡାଯିବା ଆବଶ୍ୟକ ବୋଲି କୁହାଯାଇଛି। ସୂଚନାଥାଉ କି, କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନାକୁ ରାଜ୍ୟ ସରକାର ହିଁ ତୁଲାଇଥାନ୍ତି। ଏଥିପାଇଁ କେନ୍ଦ୍ର କେବଳ ଆର୍ଥିକ ସହାୟତା ଦେଇଥାଏ। ତେବେ କେନ୍ଦ୍ର ପ୍ରାୟୋଜିତ ଯୋଜନାଗୁଡ଼ିକରେ ହେଉଥିବା ଖର୍ଚ୍ଚର ଏକ ଅଂଶ ରାଜ୍ୟ ସରକାରଗୁଡ଼ିକୁ ମଧ୍ୟ ବହନ କରିବାକୁ ପଡେ। ପ୍ରତ୍ୟକ୍ଷ ଟିକସ ଆଦାୟକୁ ନେଇ ୧୫ତମ ଅର୍ଥ ଆୟୋଗ ସନ୍ତୋଷ ବ୍ୟକ୍ତ କରିଥିବା ବେଳେ ପରୋକ୍ଷ ଟିକସ ଆଦାୟକୁ ନେଇ ଅସନ୍ତୁଷ୍ଟ ଥିବା ଜଣାଇଛନ୍ତି। ଅନୁଷ୍ଠିତ ବୈଠକରେ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗ, ରାଜସ୍ବ ସଚିବ ଅଜୟ ଭୂଷଣ ପାଣ୍ଡେ, ବ୍ୟୟ ସଚିବ ଗିରୀଶ ଚନ୍ଦ୍ର ମୁର୍ମୁ, ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା କୃଷ୍ଣମୂର୍ତ୍ତି ସୁବ୍ରମଣ୍ୟନ, ସିବିଡିଟି ଅଧ୍ୟକ୍ଷ ପି.ସି.ମୁଡି ଏବଂ ସିବିଆଇସି ଅଧ୍ୟକ୍ଷ ପି.କେ. ଦାସ ସାମିଲ ହୋଇଥିଲେ। ତେବେ ଅର୍ଥ ଆୟୋଗ ପକ୍ଷରୁ ଏନ୍. ସିଂ ବୈଠକରେ ଅଧ୍ୟକ୍ଷତା କରିଥିଲେ।
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…
ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…
ଭାରତରେ କିଏ ସ୍ଥିର କରେ ଚିନି ଦାମ୍? ସରକାର ନା କୃଷକ, ଜାଣନ୍ତୁ…
ନୂଆଦିଲ୍ଲୀ,୨୩ା୮: ଚା’ କପ୍ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…
ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍ବୁକ୍? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…
ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…
ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…
ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…
ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…
ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…
Archives

