Posted inଜାତୀୟ

ବିଦେଶରେ ମୋଦିଙ୍କ ପାଇଁ ଆୟୋଜିତ ସଫଳ କାର୍ଯ୍ୟକ୍ରମର ପ୍ରଚ୍ଛଦ ନାୟକ ବିଜୟ

ନୂଆଦିଲ୍ଲୀ,୧୬।୯: ବିଦେଶରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବ। ଆମେରିକାର ହଷ୍ଟନରେ ସେପ୍ଟେମ୍ବର ୨୨ରେ ‘ହାଓଡି ମୋଦି’(Howdy Modi) କାର୍ଯ୍ୟକ୍ରମ ଆୟୋଜନ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ୫୦ହଜାରରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ ସମ୍ବୋଧିତ କରିବେ। ଆଉ ଏହି କାର୍ଯ୍ୟକ୍ରମ ପଛରେ ପୁଣି ପ୍ରଚ୍ଛଦନାୟକ ସାଜିଛନ୍ତି ବିଜୟ ଚୌଥାଇଓ୍ବାଲେ। ଯିଏ ପୂର୍ବରୁ ମଧ୍ୟ ବହୁ ଦେଶରେ ମୋଦିଙ୍କ ପାଇଁ ସଫଳ କାର୍ଯ୍ୟକ୍ରମର ଆୟୋଜନ କରିସାରିଛନ୍ତି। ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭିଡ ଜମାଇବା ପାଇଁ କଷ୍ଟ କରିବା ସହ ବିଜୟ ସେଠାକାର ଭାରତୀୟଙ୍କ ସହ ସମ୍ପର୍କ କରିବା ଲାଗି ନିଜର ବହୁ ଶ୍ରମ ଉପଯୋଗ କରିଥିବା ଜଣାପଡ଼ିଛି। ଏଥିସହ କାର୍ଯ୍ୟକ୍ରମର ସିଟ୍‌ ବୁକିଂ ପାଇଁ ବିଜୟ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନର ସୁବିଧା ମଧ୍ୟ କରିଛନ୍ତି। ଏବେ ସୁଦ୍ଧା ଅନ୍‌ଲାଇନ୍‌ରେ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପଞ୍ଜୀକରଣ ମଧ୍ୟ କରିସାରିଛନ୍ତି। ବର୍ତ୍ତମାନ ବିଜୟ ଭାଜପାର ବିଦେଶ ମାମଲାର ପ୍ରଭାରି ରହିଛନ୍ତି। ବିଶ୍ୱର ଯେଉଁଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ଥାଏ, ସେଠାରେ କିଛି ମାସ ପୂର୍ବରୁ ବିଜୟ ପହଞ୍ଚି ତାଙ୍କ ପାଇଁ କ୍ୟାମ୍ପେନିଂ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?