ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାର ଶ୍ରମିକମାନେ ଅନ୍ୟ ରାଜ୍ୟ ତଥା ବିଦେଶରେ ନିର୍ଯାତିତ ହେଉଛନ୍ତି। ଏପରିକି କେତେଜଣଙ୍କ ମୃତ୍ୟୁ ମଧ୍ୟ ହେଉଛି । ଏ ନେଇ ଜିଲା ପ୍ରଶାସନ, ଶ୍ରମ ବିଭାଗ ନାକେଦମ ହୋଇଗଲେଣି ା ଅନ୍ୟ ରାଜ୍ୟ କିମ୍ବା ବିଦେଶକୁ କାମ କରିବାକୁ ଯିବା ପୂର୍ବରୁ ଶ୍ରମିକମାନେ ଜିଲା ପ୍ରଶାସନ, ଶ୍ରମ ବିଭାଗକୁ ଜଣାଉନାହାନ୍ତି ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ଶ୍ରମିକମାନେ କେଉଁଠିକୁ ଯାଉଛନ୍ତି ସେ ସମ୍ପର୍କରେ ଶ୍ରମ ବିଭାଗକୁ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବା କଥା ା ଅନ୍ୟପକ୍ଷରେ ଶ୍ରମିକ ଚାଲାଣରେ ସମ୍ପୃକ୍ତ ଥିବା ଦଲାଲ ଓ ମଧ୍ୟସ୍ଥିଙ୍କ ତାଲିକା ପ୍ରସ୍ତୁତ କରାଯାଉଛି ା ଉକ୍ତ ତାଲିକାରେ ସେମାନଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ରହିବ ା ଏ ନେଇ ଏକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ଶ୍ରମ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ସମସ୍ତଙ୍କୁ ଆଇନ୍ ପରିସର ମଧ୍ୟକୁ ଅଣାଯିବ ା ଏଥିସହ ସେମାନଙ୍କ ଉପରେ ଦାୟିତ୍ୱ ଧାର୍ଯ୍ୟ କରାଯିବ ା କୁଏତରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ମୃତଦେହ ଆଣିବା ପାଇଁ ସରକାରଙ୍କୁ ଅବଗତ କରାଯାଇଥିବା ଜିଲାପାଳ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି।
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…
ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ
ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…
ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…
ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…
ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ
ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…
ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି
ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…
Archives

