Posted inଖେଳ

ବିଦେଶୀ ଖେଳାଳି ହ୍ରାସ ପାଇଁ ସୁପାରିସ

ନୂଆଦିଲ୍ଲୀ, ୯ା୫ (ପି.ଟି.):ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଟେକ୍‌ନିକାଲ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତାବର୍ଷରୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଓ ଆଇ-ଲିଗ୍‌ରେ ପ୍ରତ୍ୟେକ ଦଳକୁ ସର୍ବାଧିକ ୫ ପରିବର୍ତ୍ତେ ୪ ବିଦେଶୀ ଖେଳାଳି ଖେଳାଇବା ଅନୁମତି ପାଇଁ କମିଟି ସୁପାରିସ କରିଛି। ଆଇଏସ୍‌ଏଲ ଓ ଆଇ-ଲିଗ୍‌ରେ ଅଧିକ ସଂଖ୍ୟାରେ ବିଦେଶୀ ଖେଳାଳିଙ୍କୁ ଖେଳାଯାଉଥିବାରୁ ମାର୍ଚ୍ଚରେ ଭାରତର ମୁଖ୍ୟ କୋଚ୍‌ ଇଗୋର୍‌ ଷ୍ଟିମାକ୍‌ ଅସନ୍ତୋଷ ପ୍ରକାଶ କରିଥିଲେ। ଏହାଦ୍ୱାରା ଭବିଷ୍ୟତରେ ସୁନୀଲ ଛେତ୍ରୀଙ୍କ ଭଳି ଖେଳାଳି ସୃଷ୍ଟିରେ ବାଧା ଉପୁଜିବ ବୋଲି ସେ କହିଥିଲେ। ଆଇଏସ୍‌ଏଲ୍‌ ଓ ଆଇ-ଲିଗ୍‌ରେ ଏସିଆନ ଫୁଟ୍‌ବଲ କନଫେଡେରେଶନ (ଏଏଫ୍‌ସି) ନିୟମାନୁସାରେ ୫ ପରିବର୍ତ୍ତେ ସର୍ବାଧିକ ୪ ଖେଳାଳିଙ୍କୁ ଅନୁମତି ଦିଆଯିବା ଉଚିତ୍‌। ଶ୍ୟାମ ଥାପ୍ପାଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୩+୧ (ତିନି ଅଣଏସୀୟ ଓ ଜଣେ ଏସୀୟ) ନିୟମକୁ କାର୍ଯ୍ୟକାରୀ କରିବା ଲାଗି ସୁପାରିସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?