ବିଦେଶୀ ମଦ ଜବତ: ୨ଗିରଫ

ଦିଗପହଣ୍ଡି,୫।୯(ଡି.ଏନ.ଏ.):ଦିଗପହଣ୍ଡି ପୋଲିସ ଡେଙ୍ଗା ଓସ୍ତା ଗ୍ରାମର ମଦ ବିକ୍ରେତା ବାଳକୃଷ୍ଣ ବିଷୋୟୀ ଏବଂ ଧର୍ମପୁର ଗ୍ରାମର ଏସ. ବିଷ୍ଣୁ ଦୋରାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେମାନଙ୍କ ନିକଟରୁ ୧୩୮ଟି ବିଦେଶୀ ମଦ ବୋତଲ ଜବତ କରାଯାଇଛି। ବୁଧବାର ରାତି ପ୍ରାୟ ସାଢେ ୭ଟାରେ ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳେ ଚଢ଼ାଉ କରି ଡେଙ୍ଗା ଓସ୍ତା ଗ୍ରାମ ବଜାରରେ ବେଆଇନ ବିଦେଶୀ ମଦ ବିକ୍ରି କରୁଥିବା ବାଳକୃଷ୍ଣଙ୍କ ଦୋକାନରୁ ୧୧୨ଟି ବିଦେଶୀ ମଦ ବୋତଲ ଓ ଫ୍ରିଜ୍‌ ଜବତ କରିଥିଲେ। ତାଙ୍କ ନାଁରେ ମାମଲା ନଂ ୧୭୩/୧୯ ଅନୁଯାୟୀ ମକଦ୍ଦମା ରୁଜ୍ଜୁ କରିଥିଲେ। ସେହିପରି ବିଷ୍ଣୁଙ୍କ ନିକଟରୁ ୨୬ଟି ବିଦେଶୀ ମଦ ବୋତଲ ଜବତ କରିଥିଲେ।ଦୀର୍ଘ ବର୍ଷ ହେଲା ଅଭିଯୁକ୍ତ ଦ୍ବୟ ବେଆଇନ ଭାବେ ବିନା ଲାଇସେନ୍ସରେ ମଦ ବିକ୍ରି କରୁଥିଲେ ବୋଲି ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ପ୍ରକାଶ ଯେ, ଦିଗପହଣ୍ଡି ଥାନା ଅଧୀନ ଗାଁ ମାନଙ୍କରେ ଥିବା ଫାଷ୍ଟ ଫୁଡ ଦୋକାନ, ପାନ ଦୋକାନ, ଢାବା ହୋଟେଲ ମାନଙ୍କରେ ବେଆଇନ ଭାବେ ମଦ ବିକ୍ରି ଚାଲିଛି। ସନ୍ଧ୍ୟା ହେଲେ ମଦ୍ୟପଙ୍କ ଉତ୍ପାତ ଯୋଗୁ ଝିଅ ବୋହୂମାନେ ରାସ୍ତାରେ ଚଳପ୍ରଚଳ ହେବାକୁ ନିରାପଦ ମଣୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri