ବିଦେଶ ଫେରନ୍ତାଙ୍କ ଉପରେ ସତର୍କ ଦୃଷ୍ଟି: ଯୁବକଙ୍କୁ ୨୮ ଦିନ ପର୍ଯ୍ୟବେକ୍ଷଣରେ ରହିବା ପାଇଁ ପରାମର୍ଶ

ଭଣ୍ଡାରିପୋଖରୀ, ୧୭ା୩(ଡି.ଏନ୍‌.ଏ.)- ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଦେଇଥିବାବେଳେ ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ  ସଚେତନତା ସୃଷ୍ଟି କରାଯାଉଛି। ବିଦେଶରୁ ଫେରୁଥିବା ଲୋକଙ୍କ ଉପରେ ସତର୍କ ଦୃଷ୍ଟି ରଖାଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଷ୍ଣୁପୁର ପଞ୍ଚାୟତର ଏକ ଗ୍ରାମର ଜଣେ ବ୍ୟକ୍ତି ମ୍ୟାନ୍‌ମାରରୁ ଗତ ୧୧ ତାରିଖରେ ଆସି କୋଲକାତା ଏୟାରପୋର୍ଟରେ ଓହ୍ଲାଇ ଟ୍ରେନ ଯୋଗେ ଘରକୁ ଆସିଥିଲେ। ଏୟାରପୋର୍ଟରେ ତାଙ୍କର ପରୀକ୍ଷା ହୋଇ ନେଗେଟିଭ ଥିବା ଜଣାପଡିଥିଲା। ତେବେ ସେ ମ୍ୟାନ୍‌ମାରରୁ ଫେରିିଥିବା ଖବର ପାଇ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପିଏଚ୍‌ଓ ଅନୀତାରାଣୀ ରାଉତ ସୋମବାର ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଭେଟିଥିଲେ । ତାଙ୍କୁ ୨୮ ଦିନ ପର୍ଯ୍ୟବେକ୍ଷଣରେ ରଖାଯିବ, ସେ କାହା ସହିତ ମିଶିବେ ନାହିଁ, ମାସ୍କ ବ୍ୟବହାର କରିବେ ବୋଲି  ପରାମର୍ଶ ଦେଇଥିଲେ। ଏଥିସହ ଭାରତ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ନିୟମ ମାନି ଚାଲିବା ପାଇଁ ସର୍ତ୍ତାବଳୀରେ ଦସ୍ତଖତ କରାଇଥିଲେ। ସେହିପରି ଏହି ବ୍ଲକ ମଞ୍ଜୁରିରୋଡ଼ ଅଞ୍ଚଳ ରାଜେନ୍ଦ୍ରପୁର ପଞ୍ଚାୟତ ଏକ ଗାଁର ଜଣେ ଯୁବକ ଆଫ୍ରିକା ମହାଦେଶର ମରିସସ୍‌ରେ ରହି ସୋମବାର ଗ୍ରାମକୁ ଫେରିଛନ୍ତି। ସେ ଆଫ୍ରିକାରୁ ମୁମ୍ବାଇ ଦେଇ ପରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଟ୍ରେନ ଯୋଗେ ଘରକୁ ଆସିଛନ୍ତି। ଏ ନେଇ ସ୍ଥାନୀୟ ଲୋକ ପୋଲିସକୁ ଜଣାଇବା ପରେ ଯୁବକ ଜଣକ ଭଦ୍ରକ ଜିଲା ଚିକିତ୍ସାଳୟରେ ପହଞ୍ଚି ଆବଶ୍ୟକ ପରାମର୍ଶ ନେଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ଆନନ୍ଦପୁରରେ ପୁଣି ହାତୀ: ଫକୀରପୁର-ସିଙ୍ଗଡୋଭ ସୀମାରେ ଗତିବିଧି, ସତର୍କ ରହିବାକୁ …

ବଞ୍ଚୋ, ୧୪।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଫକୀରପୁର–ସିଙ୍ଗଡୋଭ ସୀମାନ୍ତ ଅଞ୍ଚଳରେ ପୁଣି ଏକ ହାତୀର ଗତିବିଧି ଦେଖାଯିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri