ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଦୂତିକୃଷ୍ଣ ପଣ୍ଡା ଏବଂ ଏସ୍‌. ପ୍ରତାପ ରେଡ୍ଡୀ। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଡିଟୋନେଟର, ଜିଲୋପିନ ଏବଂ ୟୁରିଆ ସାର ଜବତ କରାଯାଇଛି।
ଭେଙ୍କଟରାଇପଲି ପାହାଡ଼ ତଳେ ପଡ଼ିଥିବା ଅଫୁଟା ଡିଟୋନେଟରକୁ ଆଣି ଅଷ୍ଟମ ଶ୍ରେଣୀ ଛାତ୍ର ଚନ୍ଦନ ସ୍ବାଇଁ ଏବଂ ସପ୍ତମ ଶ୍ରେଣୀ ଛାତ୍ର ରାଜା ନାୟକ ବିଦ୍ୟାଳୟ ହତାରେ ମୋବାଇଲ ବ୍ୟାଟେରୀ ସଂଯୋଗକରି ପରୀକ୍ଷା କରୁଥିବା ବେଳେ ତାହା ବିସ୍ଫୋରଣ ଘଟିଥିଲା। ଆହତ ଛାତ୍ରଙ୍କ ବୟାନ ଓ ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ପୋଲିସ ଚଢ଼ାଉକରି ଦୂତିକୃଷ୍ଣ ଏବଂ ଏସ୍‌. ପ୍ରତାପଙ୍କୁ ଗିରଫ କରିଛି। ଏଥିସହ ପାହାଡ଼ରେ ଲୁଚାଇ ରଖାଯାଇଥିବା ବିସ୍ଫୋରକ ସାମଗ୍ରୀକୁ ଜବତ କରିଥିବା ସୋମବାର ଅପରାହ୍ନରେ ଆସିକା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମୀଳନୀରେ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣୀ ପ୍ରଧାନ ଓ ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି।
ଅପରପକ୍ଷେ ସୋମବାର ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ତହସିଲଦାର ସୁବାଷ ଚନ୍ଦ୍ର ସେଠୀଆ, ଅତିରିକ୍ତ ତହସିଲଦାର, ଆଶୁତୋଷ ଗୌରବ କର ଏବଂ ଆସିକା ଥାନା ଅଧିକାରୀ ପୀତବାସ ଧାରୁଆଙ୍କୁ ନେଇ ଆସିକା ତହସିଲର ଗୁଣ୍ଠପଡ଼ା ରାଜସ୍ବ ସର୍କିଲ ଅଧୀନ ଗୁଣ୍ଠପଡ଼ା, ମନ୍ତପଲ୍ଲୀ ଓ ରାଇପଲ୍ଲୀ ଗ୍ରାମରେ ଥିବା ବିଭିନ୍ନ ପଥର ଖାଦନ ଉପରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ କମ୍ପ୍ରେସରଯୁକ୍ତ ଟ୍ରାକ୍ଟର, ହିଟାଚି ମେଶିନ ଏବଂ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ମାମଲାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ସେହିପରି ଆସିକା ପୋଲିସ ପକ୍ଷରୁ ପଥର ଖାଦନକାରୀଙ୍କୁ ବିସ୍ଫୋରକ ସାମଗ୍ରୀ ଯୋଗାଉଥିବା ଜଣେ ବ୍ୟକ୍ତିଙ୍କ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଚକର ଗ୍ରାମରେ ଚଢ଼ାଉ କରାଯାଇଥିଲା। ପୋଲିସ ସେଠାରୁ ମଧ୍ୟ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଥିବା ବେଳେ ତାଙ୍କୁ ଗିରଫ ଲାଗି ଉଦ୍ୟମ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri