ବିଦ୍ୟାଳୟରେ ରନ୍ଧା ଖାଦ୍ୟ ଦିଆଗଲାନି: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ସିମୁଳିଆ, ୨୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କୁଣ୍ଡି ହରିହର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯିବାରୁ ଗୁରୁବାର ଛାତ୍ରୀଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ଘଟଣାସ୍ଥଳରେ ଏବିଇଓ ବିଦ୍ୟାଧର ମହାଳିକ, ସିଆର୍‌ସିସି ଚକ୍ରଧର ବାରିକ ପ୍ରମୁଖ ପହଞ୍ଚତ୍ ଘଟଣା ସମ୍ପର୍କରେ ବୁଝାଶୁଝା କରିବା ସହିତ ଆସନ୍ତା ୨୭ତାରିଖଠାରୁ ରନ୍ଧା ଖାଦ୍ୟ ଦିଆଯିବା ନେଇ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସୂଚନା ଯେ, ଗତ ୧ମାସ ଧରି ଉକ୍ତ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ରନ୍ଧାଖାଦ୍ୟ ଦିଆ ନ ଯାଇ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଉଥିଲା। ଏ ସମ୍ପର୍କରେ ପ୍ରଧାନଶିକ୍ଷକ ଲେଇପ ମାରାଣ୍ଡିଙ୍କୁ ପଚାରିବାରୁ ସେ କହନ୍ତି, ଗତ ୨୦ଦିନ ହେବ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ଏ ସମ୍ପର୍କରେ ସିଆର୍‌ସିସି ଚକ୍ରଧର ବାରିକଙ୍କୁ ପଚାରିବାରୁ ଏହି ବିଦ୍ୟାଳୟରେ ପାଚିକା ଓ ସହାୟିକା ନ ରହିବା ସହିତ ଏହାକୁ ନେଇ କୋର୍ଟ ମାମଲା ବିଚାରାଧୀନ ଥିବାରୁ ରୋଷେଇ ହୋଇପାରୁ ନାହଁି। ତେବେ ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବା ପାଇଁ ଅଭିଭାବକଙ୍କ ସହ ଆଲୋଚନା କରାଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?