ଶେରଗଡ,୮ା୧୧(ଡି.ଏନ୍.ଏ.)-ଶେରଗଡ଼ ବ୍ଲକ ଲକ୍ଷ୍ମୀପୁର ଗ୍ରାମ ଇନ୍ଦିରା ଆବାସ କଲୋନୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବାବୁ ଜେନାଙ୍କୁ ଗୁରୁବାର ନିଲମ୍ବିତ କରିଛି ଶେରଗଡ଼ ଶିକ୍ଷା ବିଭାଗ। କାମରେ ଅବହେଳା ଓ ନିଶାସକ୍ତ ଅବସ୍ଥାରେ ବିଦ୍ୟାଳୟରେ ଶୋଇବା ଅଭିଯୋଗରେ ବ୍ଲକ ଶିକ୍ଷା ବିଭାଗର ପତ୍ର ସଂଖ୍ୟା- ୧୭୬୪/୭/୧୧/୨୦୧୯ ପ୍ରକାରେ ତାଙ୍କୁ ନିଲମ୍ବିତ କରିଛନ୍ତି ବିଇଓ ଭାସ୍କର ଲେଙ୍କା। ପ୍ରକାଶ ଯେ, ଲକ୍ଷ୍ମୀପୁର ଇନ୍ଦିରା ଆବାସ କଲୋନୀସ୍ଥିତ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବାବୁ ଜେନା ଅଧିକାଂଶ ସମୟରେ ନିଶାସକ୍ତ ଅବସ୍ଥାରେ ବିଦ୍ୟାଳୟକୁ ଆସନ୍ତି। ଏନେଇ ଅଭିଯୋଗ ପରେ ବିଇଓ ତାଙ୍କୁ ତାଗିଦ କରିଥିଲେ। ମାତ୍ର ପୂର୍ବପରି ସେ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସୁଥିଲେ। ଶ୍ରେଣୀଗୃହରେ ଟେବୁଲ ଉପରେ ଗୋଡ ଥୋଇ ଶୋଇବାର ଏକ ଭିଡିଓ କିଛିଦିନ ହେଲା ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ବୁଧବାର ବିଇଓ ଲେଙ୍କା ବିଦ୍ୟାଳୟ ପରିଦର୍ଶନରେ ଯାଇ ତଦନ୍ତ କରିଥିଲେ। ଘଟଣାର ସତ୍ୟାସତ୍ୟ ଥିବା ଜଣାପଡିବା ପରେ ଗୁରୁବାର ଶିକ୍ଷକ ବାବୁଙ୍କୁ ସସ୍ପେଣ୍ଡ କରାଯାଇଛି। ଏହି ଚିଠିର ଏକ ନକଲ ଡିଇଓ ଅଫିସକୁ ପ୍ରଦାନ କରାଯାଇଥିବା ବିଇଓ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି
ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
Archives

