ବିଦ୍ୟାଳୟ ଖେଳପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ବିରୋଧ

ଖଣ୍ଡପଡ଼ା,୧୦ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକର ଏକ ବିଦ୍ୟାଳୟ ଖେଳ ପଡିଆରେ ପଞ୍ଚାୟତ କାର୍ଯ୍ୟାଳୟର ଗୃହ ନିର୍ମାଣକୁ ସ୍ଥାନୀୟ ଅଧିବାସୀ ବିରୋଧ କରିଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂତନ ପଞ୍ଚାୟତ ଗଠନ ପାଇଁ ଘୋଷଣା ହେବା ପରେ ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତରୁ ଅଲଗା ହୋଇ ୨୦୧୬ରେ ବଳଭଦ୍ରପ୍ରସାଦ ନୂତନ ପଞ୍ଚାୟତ ମାନ୍ୟତା ପାଇଥିଲା। ୨୦୧୭ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବଳଭଦ୍ରପ୍ରସାଦ ପଞ୍ଚାୟତରେ ନିର୍ବାଚିତ ସରପଞ୍ଚ, ସମିତି ସଭ୍ୟ ଓ ୧୧ଜଣ ୱାର୍ଡ ସଭ୍ୟାସଭ୍ୟଙ୍କୁ ନେଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରଥମ କରି ବଳଭଦ୍ରପ୍ରସାଦ ଗ୍ରାମର ଏକ କୋଠଘରେ ଅସ୍ଥାୟୀ ଭାବେ ପଞ୍ଚାୟତ କାର୍ଯ୍ୟାଳୟ ଚାଲିଥିଲା ା ପରେ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୩୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ପଞ୍ଚାୟତର ମଧ୍ୟ ଭାଗରେ ନୂତନ ଗୃହ ନିର୍ମାଣ ନିମନ୍ତେ ପଞ୍ଚାୟତବାସୀ ନିଷ୍ପତ୍ତି ନେଇ ପ୍ରଶାସନକୁ ଜଣାଇଥିଲେ। ଏ ନେଇ ବିଭିନ୍ନ ସ୍ଥାନରେ ଜାଗା ଚିହ୍ନଟ ହୋଇଥିଲେ ହେଁ ବଳଭଦ୍ରପ୍ରସାଦ ପଞ୍ଚାୟତ ଅଧୀନ ଦୁଃଖାପଲ୍ଲୀ ଗ୍ରାମର କେତେକ ବ୍ୟକ୍ତି ସ୍ଥାନୀୟ ରବୀନ୍ଦ୍ର କୁମାର ଉଚ୍ଚ ବିଦ୍ୟାଳୟର ଖେଳପଡିଆ ନିମନ୍ତେ ସଂରକ୍ଷିତ ସ୍ଥାନରେ ନୂତନ ଗୃହ ନିମନ୍ତେ ପ୍ରଶାସନିକ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଥିଲେ। ପରେ ପ୍ରଶାସନ ପକ୍ଷରୁ ଉକ୍ତ ସ୍ଥାନରେ ନୂତନ ଗୃହ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଏହାକୁ ବିରୋଧ କରି ଅଞ୍ଚଳବାସୀ ବ୍ଲକ ଓ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ସୁଫଳ ନ ମିଳିବାରୁ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଘଟଣାରେ ହସ୍ତକ୍ଷେପ କରି ବିଦ୍ୟାଳୟ ଖେଳପଡିଆରେ ନୂତନ ଗୃହ ନିର୍ମାଣ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରିଥିଲେ। ଏ ସମ୍ପର୍କରେ ଅବଗତ ଥିଲେ ସୁଦ୍ଧା ଖେଳପଡିଆାର ପ୍ଲଟ ନଂ-୨୦୩, ଖାତା ନଂ-୫୧୮(୧୯ ଡେସିମିଲ) ଜାଗାରେ ଗୃହ ନିର୍ମାଣ ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବଳଭଦ୍ରପ୍ରସାଦ ସରପଞ୍ଚ ସସ୍ମିତା ଦାସ, ସମିତି ସଭ୍ୟା ପ୍ରମିଳା ନାୟକଙ୍କ ସମେତ ୯ ଜଣ ୱାର୍ଡ ସଭ୍ୟାସଭ୍ୟ ନୂତନ ଗୃହ ନିର୍ମାଣକୁ ବିରୋଧ କରି ଆସୁଛନ୍ତି। ଏ ସମ୍ପର୍କରେ ଖଣ୍ଡପଡା ବିଡିଓ ପ୍ରମୋଦ କୁମାର ନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଖେଳପଡିଆ ହାଇସ୍କୁଲ ନାମରେ ନାହିଁ। ଉକ୍ତ ଜାଗା ପଞ୍ଚାୟତ କାର୍ଯ୍ୟାଳୟ ନାମରେ ଜିଲା ପ୍ରଶାସନର ଜ୍ଞାତସାରରେ ପଟ୍ଟା ହୋଇସାରିଛି। ତେଣୁ ସେଠାରେ ପଞ୍ଚାୟତ କାର୍ଯ୍ୟାଳୟ କରିବାରେ କୌଣସି ଅସୁବିଧା ନାହିଁ ା ଅଞ୍ଚଳବାସୀ ଯେଉଁ ପଡିଆ ସମ୍ପର୍କରେ ଅଭିଯୋଗ କରୁଛନ୍ତି ତାହା ଅନ୍ୟ ଏକ ସ୍ଥାନରେ ରହିଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri