ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀଛାତ୍ର

ଶଙ୍କରାଖୋଲ,୨ା୮(ଡି.ଏନ.ଏ.)- ଶଙ୍କରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଗେଟ ସମ୍ମୁଖରେ ଗୁରୁବାର ସକାଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ତାଲା ପକାଇ ବିକ୍ଷୋଭ କରିଥିଲେ। ଗଣଶିକ୍ଷା ବିଭାଗର ନିୟମ ଅନୁଯାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଉଚ୍ଚ ବିଦ୍ୟାଳୟରେ ମିଶିବା ପାଇଁ ନିର୍ଦ୍ଦେଶ ରହିଛି। ପ୍ରତିଦିନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ୧୫୭ ନଂ. ଜାତୀୟ ରାଜପଥ ଅତିକ୍ରମ କରି ମଧ୍ୟାହ୍ନ ଭୋଜନ ଖାଇବାକୁ ଉଚ୍ଚ ବିଦ୍ୟାଳୟକୁ ବିପଦପୂର୍ଣ୍ଣ ଭାବେ ଯାଉଛନ୍ତି। ଅଭିଭାବକ ଓ ଜନ ପ୍ରତିନିଧି ଦୁର୍ଘଟଣା ଆଶଙ୍କାରେ ଏହାକୁ ବିରୋଧ କରିଆସୁଛନ୍ତି। ପରେ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ସାହାଣୀଙ୍କ ଅଧ୍ୟକ୍ଷତାରେ ବୈଠକ ବସି ଅଗଷ୍ଟ ୧ରୁ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ରହିବ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢାଯିବା ସହ ମଧ୍ୟାହ୍ନ ଭୋଜନ ପାଇଁ ସ୍ଥିର ହୋଇଥିଲା। କିନ୍ତୁ ଉଚ୍ଚ ବିଦ୍ୟାଳୟର ଷଷ୍ଠରୁ ଅଷ୍ଟମ ଛାତ୍ରୀଛାତ୍ର ପରିବେଶ ଭଲ ନ ଥିବାରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବୁ ନାହିଁ ବୋଲି ଅଡିବସି ବିକ୍ଷୋଭ କରିଥିଲେ। ପ୍ରଧାନଶିକ୍ଷକ ପହଞ୍ଚତ୍ ତାଲାଭାଙ୍ଗି ବିଦ୍ୟାଳୟ ଖୋଲିଥିଲେ। ପରେ ଜିଲା ଶିକ୍ଷା ଅଧିକାରୀ ବିଳାଶ ଚନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ଟିକାବାଲି ବିଇଓ ଗୁଣମଣି ପାଟ୍ଟଯୋଶୀ ପହଞ୍ଚତ୍ ସମସ୍ତଙ୍କୁ ଡାକି ବୈଠକ କରି ସମସ୍ୟାର ସମାଧାନ କରିଥିଲେ। ଯେଉଁମାନେ ଛାତ୍ରୀଛାତ୍ରଙ୍କୁ ମିଶଗାଇଡ କରିବେ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri