ବିଦ୍ୟାଳୟ ପରିସର ସଫା କଲେ, ପିଲାଙ୍କୁ ପଢ଼ାଇଲେ: ଖାଦ୍ୟର ମାନ ନେଇ ସରପଞ୍ଚ ଖପ୍ପା

ଅନୁଗୋଳ ଅଫିସ, ୩୦।୮-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଜାମୁନାଳୀ ପଞ୍ଚାୟତ ସରପଞ୍ଚ ପ୍ରମିଳା ନାଏକ ଗୁରୁବାର ଜାମୁନାଳୀ ବିଦ୍ୟାଳୟ ପରିସର ସଫେଇ କରାଇବା ସହ ସେଠାରେ ଥିବା ଅଙ୍ଗନଓ୍ବାଡ଼ି ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ ପ୍ରସ୍ତୁତ ଖାଦ୍ୟ ଖାଇବା ପରେ ଏହା ଉନ୍ନତମାନର ହୋଇ ନ ଥିବାରୁ ସରପଞ୍ଚ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସରପଞ୍ଚଙ୍କ ଏପରି କାର୍ଯ୍ୟକୁ ପଞ୍ଚାୟତବାସୀ ପ୍ରଶଂସା କରିଛନ୍ତି।
ଦୁଇ ଦିନ ତଳେ ସରପଞ୍ଚ ନାଏକ ଜାମୁନାଳୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇଥିବା ବେଳେ ବିଦ୍ୟାଳୟ ପରିସର ଅସ୍ବାସ୍ଥ୍ୟକର ଥିବା ଦେଖିବାକୁ ପାଇଥିଲେ। ଗୁରୁବାର ସକାଳେ ଗାଁ ଲୋକଙ୍କୁ ଡାକି ସେ ସ୍କୁଲ ପରିସର ସଫା କରାଇଥିଲେ। ସେଠାରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଦିଦି ଟ୍ରେନିଂରେ ଯାଇଥିବାରୁ ସରପଞ୍ଚ ନାଏକ କୁନି କୁନି ପିଲାଙ୍କୁ ଏକ ଘଣ୍ଟା ଧରି ପାଠ ପଢ଼ାଇଥିଲେ। ପରେ ପିଲାଙ୍କ ପାଇଁ ରୋଷେଇ ହୋଇଥିବା ଖାଦ୍ୟର ମାନ ପରଖିବା ପାଇଁ ପିଲାଙ୍କ ସହ ବସି ଖାଇଥିଲେ। ତେବେ ପିଲାଙ୍କୁ ଦିଆଯାଇଥିବା ଭାତ ସହ ଆଳୁ ତରକାରି ଓ ଅଣ୍ଡା ଝୋଳ ନିମ୍ନମାନର ହୋଇଥିବା ଜାଣି ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଭାତ ଜାଉ ଭଳି ହୋଇଥିବା ବେଳେ ଆଳୁ ଝୋଳ ଖାଲି ପାଣି ପରି ଲାଗୁଥିଲା। ଏପରି କି ତରକାରିରେ ସ୍ବାଦ ନ ଥିବାବେଳେ ଅଲଣା ଥିଲା। ଏ ନେଇ ଦାୟିତ୍ୱରେ ଥିବା କର୍ମୀଙ୍କୁ ସେ ତାଗିଦ କରିଥିଲେ। ଆଗକୁ ଏପରି ହେଲେ ପ୍ରଶାସନକୁ ଚିଠି ଲେଖି ଅବଗତ କରିବେ ବୋଲି ମଧ୍ୟ ସରପଞ୍ଚ ନାଏକ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri