Posted inରାଜ୍ୟ

ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ

ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍‌ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ତେବେ ଏହାକୁ ବିଦ୍ୟାଳୟରେ ପଢୁଥିବା ୯ ଛାତ୍ରୀଛାତ୍ର, ସେମାନଙ୍କ ଅଭିଭାବକ ଓ ଗ୍ରାମବାସୀ ବିରୋଧ କରିଛନ୍ତି। ବହୁ ପୁରାତନ ଏହି ବିଦ୍ୟାଳୟରେ ହିଁ ସେମାନଙ୍କ ପିଲାମାନେ ପଢିବେ ବୋଲି ଅଭିଭାବକମାନେ ପ୍ରକାଶ କରିବା ସହ ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ ପ୍ରତ୍ୟାହାର କରିନେବାକୁ ଦାବି କରିଛନ୍ତି। ଯଦି ଏହା ନ ହୁଏ, ତେବେ ଅଭିଭାବକମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବିଦ୍ୟାଳୟର ଚେୟାରମ୍ୟାନ୍‌ ଅନୁସୟା ମହାପାତ୍ର, ପ୍ରମିଳା ମହାପାତ୍ର, ମଧୁସ୍ମିତା ମହାପାତ୍ର, ସରୋଜିନୀ ମହାପାତ୍ର, ଶୈଳବାଳା ମହାପାତ୍ର, ରେଣୁଭାଳା ମହାପାତ୍ର, ସୌଦାମିନୀ ମହାପାତ୍ର, କାଞ୍ଚନବାଳା ମହାପାତ୍ର, ମଞ୍ଜୁଲତା ମହାପାତ୍ର, ଜୋତ୍ସ୍ନାରାଣୀ ମହାପାତ୍ର, ଲକ୍ଷ୍ମୀଧର ମହାପାତ୍ର, ମୁରଲୀପାଣି ମିଶ୍ର, ସୁକାନ୍ତ ମହାପାତ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି ଯେ, ଏହି ବିଦ୍ୟାଳୟ ବହୁ ପୁରୁଣା। ଏଠାରୁ ଗେଲପୁର ଉଚ୍ଚ ବିଦ୍ୟାଳୟ ପ୍ରାୟ ୨ କିଲୋମିଟର ଦୂର ହୋଇଥିବାବେଳେ ବାରେଡିଆ ଉଚ୍ଚପ୍ରାଥମିକ ବିଦ୍ୟାଳୟ ୩ କିଲୋମିଟର ଦୂର। ତେଣୁ ଏହି ବିଦ୍ୟାଳୟ ବନ୍ଦ ହୋଇଗଲେ ଛୋଟ ପିଲାମାନେ ଏତେ ଦୂର ଯାଇପାରିବେ ନାହିଁ। ତେଣୁ ଏହି ଆଦେଶ ପ୍ରତ୍ୟାହାର କରି ବିଦ୍ୟାଳୟରେ ପଢା ଚାଲୁ ରଖିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଇଓ କହିଛନ୍ତି ଯେ, ସରକାରଙ୍କ ନିୟମ ଅନୁଯାୟୀ ଉକ୍ତ ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବିଦ୍ୟାଳୟରେ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ୯ ଛାତ୍ରୀଛାତ୍ର ପଢୁଛନ୍ତି। ଆଉ ୧୦ ଜଣ ପିଲା ଉକ୍ତ ବିଦ୍ୟାଳୟରେ ନାମ ଲେଖାଇବେ। ତେଣୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଆବଶ୍ୟକ ଅନୁଯାୟୀ ପୂରଣ ହେବାକୁ ଥିବାରୁ ଏହା ଉପରେ ପୁନର୍ବିଚାର କରିବାକୁ ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri