କୋରେଇ,୧୨ା୬(ସ୍ବ.ପ୍ର.) – କୋରେଇ ଥାନା ଅନ୍ତର୍ଗତ ରଣପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ଖୁଣ୍ଟରେ ଚଢି କାମ କରୁଥିବାବେଳେ ସୋମବାର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ବିଭାଗର ଠିକାକାମ ନେଇଥିବା ଠିକାଦାର କ୍ଷତିପୂରଣ ଦେବାକୁ ସ୍ଥିର ହୋଇଥିଲା। ହେଲେ ମଙ୍ଗଳବାର ଟଙ୍କା ନ ମିଳିବାରୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକେ ମୃତଦେହକୁ ଠିକାଦାରଙ୍କ ଘର ଦୂଆରେ ରଖିଥିଲେ। ଏନେଇ ଗ୍ରାମରେ ଅସନ୍ତୋଷ ବୃଦ୍ଧି ପାଇବା ପରେ ପୋଲିସର ହସ୍ତକ୍ଷେପ ପରେ ଘଟଣାର ସମାଧାନ କରାଯାଇ ଶବଦାହ କରାଯାଇଥିଲା।
ପ୍ରକାଶ ଯେ, କୋରେଇ ଥାନା ତାରାକୋଟ ଗ୍ରାମର ପ୍ରହ୍ଲାଦ ଜେନା କଣ୍ଟାବଣିଆରେ ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବାବେଳେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିଲା। ପରେ ପ୍ରହ୍ଲାଦଙ୍କୁ କାର୍ଯ୍ୟରେ ନିୟୋଜିତ କରିଥିବା ତାରାକୋଟ ଗ୍ରାମର ଶିଶିର ସାହୁ ମୃତକଙ୍କ ପରିବାରକୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଯାହାକି ପ୍ରହ୍ଲାଦଙ୍କ ଶୁଦ୍ଧିକ୍ରିୟା ପୂର୍ବରୁ ୧୦ ହଜାର ଟଙ୍କା ଏବଂ ମାସକ ମଧ୍ୟରେ ବାକି ୯୦ ହଜାର ଟଙ୍କା ଦେବାକୁ ସ୍ଥିର ହୋଇଥିଲା। ହେଲେ ଏନେଇ କିଛି ଲିଖିତ ପ୍ରତିଶ୍ରୁତି ଦେଇ ନ ଥିବାରୁ ମଙ୍ଗଳବାର ପ୍ରହ୍ଲାଦଙ୍କ ପରିବାର ସମେତ କିଛି ଗ୍ରାମବାସୀ ମୃତଦେହ ବ୍ୟବଚ୍ଛେଦ ପରେ ଶିଶିରଙ୍କ ଘରେ ପହଞ୍ଚିଥିଲେ। ହେଲେ ଶିଶିର ଘରେ ନ ଥିବା ପରିବାର ଲୋକ କହିବାରୁ ମୃତଦେହ ଶିଶିରଙ୍କ ଘର ଦୁଆରେ ରଖି ପଳାଇଥିଲେ। ଖବରପାଇ ଶିଶିର ଘରେ ପହଞ୍ଚି ସମସ୍ତ ଘଟଣା ଜାଣିବା ପରେ କୋରେଇ ପୋଲସକୁ ଅବଗତ କରାଇଥିଲେ। ମୃତଦେହକୁ ନେଇ ଉଭୟ ଗ୍ରାମରେ ଛକାପଞ୍ଝା ଲାଗିବାରୁ ଥାନାଧିକାରୀ ରଞ୍ଜିତ ମହାନ୍ତି ଏବଂ ଏଏସ୍ଆଇ ସଲିଳ ମଲିକ ଘଟଣାସ୍ଥଳରେ ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାଶୁଝା କରିବା ପରେ ମାମଲା ଥଣ୍ଡା ପଡିଥିଲା। ହେଲେ ଏନେଇ ଠିକାଦାର ଶିଶିରଭିନ୍ନ ଅଭିଯୋଗ କରିଛନ୍ତି। ସୋମବାର ମୋଟ ୧ ଲକ୍ଷ ଟଙ୍କା ଦେବାକୁ ସ୍ଥିର ହୋଇଥିବାବେଳେ ମଙ୍ଗଳବାର ପ୍ରହ୍ଲାଦଙ୍କ ପରିବାର ପକ୍ଷରୁ ହଠାତ୍ ୫ ଲକ୍ଷ ଟଙ୍କା ଦେବାକୁ ଦାବି ହୋଇଥିଲା। ଏତେ ଟଙ୍କା ଦେବା ସମ୍ଭବ ନୁହେଁ ବୋଲି ଶିଶିର ମନା କରିଥିଲେ। ଫଳରେ ଉତ୍ତେଜିତ ହୋଇ ପରିବାର ଲୋକେ ମୃତଦେହକୁ ତାଙ୍କ ଘରେ ରଖି ଚାଲିଯାଇଥିବା ଶିଶିର ଅଭିଯୋଗରେ ଦର୍ଶାଇଛନ୍ତି। ପ୍ରହ୍ଲାଙ୍କ ପରିବାର ପକ୍ଷରୁ ଏହି ଅଭିଯୋଗକୁ ଖଣ୍ଡନ କରାଯାଇଛି। ପ୍ରହ୍ଲାଦଙ୍କୁ ସରକାରୀ ସହାୟତା ସହ ଠିକାଦାର ଆବଶ୍ୟକୀୟ କ୍ଷତିପୂରଣ ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
ବିଦ୍ୟୁତ୍ ଆଘାତରେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା:ଠିକାଦାରଙ୍କ ଘର ସମ୍ମୁଖରେ ଧାରଣା, କ୍ଷତିପୂରଣ ଦାବି
ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ
ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…
ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…
୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…
ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ
ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…
Archives

