ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ ଘଟଣା: ୪ ସପ୍ତାହରେ କ୍ଷତିପୂରଣ ଦେବାକୁ ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): କଟକ ଜିଲା ବାଙ୍କୀର ନାବାଳକ ଶଙ୍କର ନାୟକଙ୍କର ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟଣା ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କ୍ଷୋଭ ପ୍ରକାଶ କରିଛନ୍ତି। ଗତ ଫେବୃୟାରୀ ମାସରେ ଏହି ମାମଲାର ବିଚାର କରି କମିଶନ ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କା କ୍ଷତି ପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏପର୍ଯ୍ୟନ୍ତ କ୍ଷତିପୂରଣ ଦିଆଯାଇନାହିଁ। ଏ ନେଇ କମିଶନ ବିରକ୍ତି ପ୍ରକାଶ କରିବା ସହ ୪ ସପ୍ତାହ ମଧ୍ୟରେ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କ’ଣ ପାଇଁ କ୍ଷତିପୂରଣ ଦିଆଯାଇ ନାହିଁ ଏବଂ ଏହି ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ହୋଇଛି ସେ ସଂକ୍ରାନ୍ତରେ ଜଣାଇବା ପାଇଁ ଶକ୍ତି ସଚିବଙ୍କୁ ରିପୋର୍ଟ ମାଗିଛନ୍ତି।
ସୂଚନାଯୋଗ୍ୟ, ୨୦୧୬ ମେ ୧୩ରେ ଶଙ୍କର ଶୌଚ ପାଇଁ ବିଲକୁ ଯାଇଥିବାବେଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିପାଇଁ ବିଦ୍ୟୁତ୍‌ ବିଭାଗର ଅବହେଳାକୁ ଦାୟୀ କରି ଦିଲୀପ କୁମାର ଦାଶ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri