ତାଳଚେର,୪ା୮ (ନି.ପ୍ର.)-ଏମ୍ସିଏଲ୍ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର ସିଧାସଳଖ ପ୍ରଭାବ ୩୦୦୦ ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍ଟିପିସି ଓ ଏହା ଅଧୀନରେ ଥିବା ଟିଟିପିଏସ୍ ଉପରେ ପଡ଼ିଛି। କୋଲ୍ ଫିଲଡ୍ସରୁ ଉତ୍ତୋଳନ ଓ ପରିବହନ ହୋଇପାରୁ ନ ଥିବାରୁ ଏହି ଦୁଇ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରେ ଗୁରୁତର କୋଇଲା ସଙ୍କଟ ସୃଷ୍ଟି ହୋଇଛି। ଏଥିଯୋଗୁ ଶନିବାର ଏନ୍ଟିପିସିର ଗୋଟିଏ ବିଦ୍ୟୁତ୍ ଉତ୍ପାଦନ ୟୁନିଟ୍କୁ ବନ୍ଦ ରଖାଯାଇଛି। ଏହାକୁ ମିଶାଇ ପ୍ରକଳ୍ପର ମୋଟ୍ ୪ଟି ୟୁନିଟ୍ ବନ୍ଦ ହେଲାଣି। ସେହିପରି ଟିଟିପିଏସ୍ର ୫ଟି ୟୁନିଟ୍ ଶୁକ୍ରବାରଠାରୁ ବନ୍ଦ ରହିଛି।
ଏନ୍ଟିପିସିରେ ଥିବା ମୋଟ୍ ୬ଟି ୟୁନିଟ୍ରୁ ଦୈନିକ ୩ ହଜାର ମେଗାଓ୍ବାଟ୍ ବିଦ୍ୟୁତ୍ ଉତ୍ପାଦିତ ହୋଇଥାଏ। ଏଥିପାଇଁ ଦିନକୁ ୫୫ ହଜାର ମେଟ୍ରିକ୍ ଟନ୍ କୋଇଲା ଆବଶ୍ୟକ ପଡ଼ିଥାଏ। ଗତ ମାସ ୨୩ ତାରିଖ ଭରତପୁର ଖଣି ଦୁର୍ଘଟଣା ପରଠାରୁ ଏନ୍ଟିପିସିକୁ କୋଇଲା ଯୋଗାଣ ହୋଇପାରୁ ନାହିଁ। ପ୍ରକଳ୍ପ ଷ୍ଟକୟାର୍ଡରେ ମଧ୍ୟ ଆଉ ଅଧିକ କୋଇଲା ନାହିଁ। ଫଳରେ କର୍ତ୍ତୃପକ୍ଷ ପ୍ଲାଣ୍ଟର ୧, ୪ ଓ ୫ ନମ୍ବର ୟୁନିଟ୍କୁ ଗତ ୨୯ ତାରିଖରୁ ବନ୍ଦ ରଖିଛନ୍ତି। ବାହାରୁ କୋଇଲା ଯୋଗାଡ଼ କରି ବାକି ୩ଟି ୟୁନିଟ୍ ଚଳାଯାଉଥିଲେ ବି ଶନିବାର ୨ ନମ୍ବର ୟୁନିଟ୍କୁ ବନ୍ଦ ରଖାଯାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଅବଶିଷ୍ଟ ୨ ୟୁନିଟ୍କୁ ମଧ୍ୟ ବନ୍ଦ କରିବାକୁ କର୍ତ୍ତୃପକ୍ଷ ବାଧ୍ୟହେବେ ବୋଲି ଜଣାପଡିଛି। ମୋଟ୍ ୪ଟି ୟୁନିଟ୍ ବନ୍ଦ ହୋଇଯାଇଥିବାରୁ ବିଦ୍ୟୁତ୍ ଉପତ୍ାଦନ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ସେହିପରି ୪୬୦ ମେଗାୱାଟ୍ ବିଶିଷ୍ଟ ଟିଟିପିଏସ୍ରେ ୬ଟି ୟନିଟ୍ ରହିଛି। ଏହା ଚାଲିବା ପାଇଁ ଦୈନିକ ୯ ହଜାର ମେଟ୍ରିକ ଟନ୍ କୋଇଲା ଆବଶ୍ୟକ। କିନ୍ତୁ ଏଠାରେ ମଧ୍ୟ ସମାନ ପରିସ୍ଥିତି ଯୋଗୁ ୧, ୨, ୩, ୪ ଓ ୫ ନମ୍ବର ୟୁନିଟ୍କୁ ବନ୍ଦ କରି ଦିଆଯାଇଛି।
ବିଦ୍ୟୁତ୍ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍ଟିପିସିର ୪, ଟିଟିପିଏସ୍ର ୫ ୟୁନିଟ୍ ବନ୍ଦ
Posted inଅନୁଗୋଳ, ଆମ ଜିଲା ଖବର View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


