ବିଦ୍ୟୁତ୍‌ କର୍ମଚାରୀଙ୍କ ବାତ୍ୟା ମୁକାବିଲାକୁ ମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୩ା୫ (ବ୍ୟୁରୋ): ବାତ୍ୟା ‘ଅମ୍ଫନ’ରେ କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବା ପାଇଁ ଯେଉଁ କର୍ମଚାରୀମାନେ ଦିନରାତି ଅବିରତ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଭୂୟସୀ ପ୍ରଶଂସା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ମନ୍ତ୍ରୀ କହିଛନ୍ତି, ଏଭଳି ପରିସ୍ଥିତିରେ ସମସ୍ତ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟକୁ ଯେଉଁ ଉତ୍କର୍ଷ ନେତୃତ୍ବ ପ୍ରଦାନ କରିଛନ୍ତି, ତାହା ତାଙ୍କ ଦୂରଦର୍ଶିତାକୁ ପ୍ରତିପାଦିତ କରୁଛି। ପ୍ରାୟ ୨୬-୨୭ ଲକ୍ଷ ସେସୁ, ୧୬ ଲକ୍ଷ ନେସ୍କୋ ଏବଂ ୨ ଲକ୍ଷ ସାଉଥ୍‌କୋ ବିଦ୍ୟୁତ ଉପଭୋକ୍ତା ଅମ୍ଫନ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଗୁରୁବାର ରାତି ମଧ୍ୟରେ ହିଁ ସମସ୍ତ ଅତ୍ୟାବଶ୍ୟକୀୟ ସେବାଗୁଡ଼ିକ ପାଇଁ ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରାଯାଇଛି। ଯେତେବେଳେ ଏତେ ବୃହତ୍‌ ସଂଖ୍ୟାରେ ଲୋକ କ୍ଷତିଗ୍ରସ୍ତ ହୋଇଥାନ୍ତି ସେକ୍ଷେତ୍ରରେ ପୁନରୁଦ୍ଧାର ସହଜ ହୋଇ ନ ଥାଏ। ଆମର ପ୍ରସ୍ତୁତି ଓ କାର୍ଯ୍ୟକୌଶଳ ବାତ୍ୟା ପୂର୍ବରୁ ଏବଂ ପରେ ଆମକୁ ଯଥେଷ୍ଟ ସାହାଯ୍ୟ କରିଛି। ପ୍ରଥମ ଥର ପାଇଁ ଆମେ ସୂର୍ଯ୍ୟଉଦୟ ବେଳକୁ ପୁନରୁଦ୍ଧାର କାର୍ଯ୍ୟ କରିବାରେ ସକ୍ଷମ ହୋଇଛୁ। ଫଳରେ ଏବେ ସୁଦ୍ଧା ୮୦ ପ୍ରତିଶତ ସେସୁ ଅନ୍ତର୍ଗତ କାର୍ଯ୍ୟ ଶେଷ ହୋଇ ଲୋକଙ୍କୁ ବିଦ୍ୟୁତ ସେବା ଯୋଗାଇ ଦିଆଯାଇ ପାରିଛି। ନେସ୍କୋ ଅଧୀନରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି ଏବଂ ଟିମ୍‌ଗୁଡ଼ିକୁ ପ୍ରଭାବିତ ଅଞ୍ଚଳଗୁଡ଼ିକୁ ପ୍ରେରଣ କରାଯାଇଛି। ୧୫୮ଟି ଗ୍ୟାଙ୍ଗକୁ ନେଇ ଆସନ୍ତା ଦୁଇଦିନ ମଧ୍ୟରେ ବିଭାଗ ୯୦ରୁ ୯୫ ପ୍ରତିଶତ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଲକ୍ଷ୍ୟ ରଖିଛି ଏବଂ ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କାର୍ଯ୍ୟ ସାରିବାକୁ ସ୍ଥିର କରାଯାଇଛି ବୋଲି ଶକ୍ତିମନ୍ତ୍ରୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri