‘ବିଦ୍ୟୁତ୍‌ ଖର୍ଚ୍ଚରୁ ମୁକ୍ତି ଦେବ ସୋଲାର ପ୍ରକଳ୍ପ’

ପୁରୀ ଅଫିସ,୧୧।୮: ପୁରୀ କଚେରିରୋଡସ୍ଥିତ ସେସୁ କାର୍ଯ୍ୟାଳୟଠାରେ ଟାଟା ପାୱାର ସୋଲାର ସିଷ୍ଟମ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଥିଲେ, ଦେଶର ୨୯ଟି ରାଜ୍ୟର ୧୦୦ଟି ସହରରେ ଏହି ଯୋଜନା ସଫଳତା ହାସଲ କରିଛି। ଏବେ ଓଡ଼ିଶାବାସୀ ଏହାର ବ୍ୟବହାର ଦ୍ୱାରା ପରିବେଶ ଅନୁକୂଳ ଶକ୍ତି ପାଇବା ସହ ବିଦ୍ୟୁତ୍‌ ଖର୍ଚ୍ଚରୁ ବଞ୍ଚତ୍ତ ହୋଇପାରିବେ। ଜନସାଧାରଣ ନିଜ ନିଜ ଛାତରେ ଏହି ପ୍ରକଳ୍ପ ସ୍ଥାପନ କରି ୫ କିଲୋୱାଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଶକ୍ତି ପାଇବା ସହ ବାର୍ଷିକ ୫୦ହଜାର ଟଙ୍କା ସଞ୍ଚୟ କରିପାରିବେ। ଏହି ଅବସରରେ ମନ୍ତ୍ରୀ ସେସୁ କାର୍ଯ୍ୟାଳୟ ଓ ଟେକ୍‌ନିକାଲ ୟୁନିଟ୍‌ ପରିଦର୍ଶନ କରିବା ସହ ଗ୍ରୋ-ଗ୍ରୀନ ବୋର୍ଡରେ ନିଜ ମତ ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ସେସୁ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ପି.କେ. ସାହୁ, ସେସୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବପ୍ରସାଦ ସ୍ବାଇଁଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri