ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଲାଇନ୍‌ମ୍ୟାନ୍‌ଙ୍କ ଜୀବନ ଗଲା

ପୁରୀ ଅଫିସ୍‌,୧୭।୫ : ପୁରୀ ଟାଉନ୍‌ ଥାନା ଅଧୀନ ପୁରୁଣା ସଦର ଥାନା ଛକରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ି ୧୧ କେ.ଭି. ତାର ସଜାଡ଼ୁଥିବା ବେଳେ ଗୁରୁବାର ରାତିରେ ଖୁଣ୍ଟରୁ ପଡ଼ି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେସୁର ଲାଇନ୍‌ ମ୍ୟାନ୍‌ ପିପିଲି ଦାଣ୍ଡମୁକୁନ୍ଦପୁରର ପବିତ୍ର ଜେନା(୩୦)। ମିଳିଥିବା ସୂଚନାନୁଯାୟୀ, ରାତି ପ୍ରାୟ ସାଢ଼େ ୧୧ଟାରେ ପବିତ୍ର ତାର ସଜାଡ଼ୁଥିବା ସମୟରେ ଅନ୍ୟପଟୁ ହଠାତ୍‌ ଲାଇନ୍‌ ଚାର୍ଜ ହୋଇଯାଇଥିଲା। ଫଳରେ ସେ ଖୁଣ୍ଟରୁ ତଳକୁ ଖସିପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇବା ସହ ସେଠାରେ ପୋଲିସ ମୁତୟନ ରହିଛନ୍ତି। ଅନ୍ୟପକ୍ଷରେ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଏବଂ କେଉଁ ପରିସ୍ଥିତିରେ ଓ କିଏ ଲାଇନ୍‌ ଚାର୍ଜ କରିବାକୁ ଅନୁମତି ପ୍ରଦାନ କରିଥିଲେ, ତାହାର ନିରପେକ୍ଷ ତଦନ୍ତ ପାଇଁ ଦାବି ହୋଇଛି। ସେହିଭଳି ବିଳମ୍ବିତ ରାତିରେ ବିଦ୍ୟୁତ୍‌ ତାର ସଜାଡ଼ିବାକୁ କିଏ ଅନୁମତି ଦେଇଛି, ତାହାର ମଧ୍ୟ ତଦନ୍ତ କରାଯିବାକୁ ଦାବି ହୋଇଛି। ସୂଚନାଥାଉ କି, ଗତ ଦୁଇଦିନ ତଳେ ମଧ୍ୟ ଭିଆଇପି ରୋଡ୍‌ରେ ବିଦ୍ୟୁତ୍‌ ଖୁଣ୍ଟ ସଜାଡ଼ୁଥିବା ବେଳେ ଖୁଣ୍ଟରୁ ପଡ଼ି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?