ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୪ ମଇଁଷି ମୃତ, ଚାଷୀଙ୍କୁ ୪ କ୍ଷତିପୂରଣ ଦେବାକୁ ଦାବି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବାହୁଦା ନଦୀପଠାରେ ଓହଳି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ଶନିବାର ୪ ମଇଁଷିଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ୧ଟାରେ ଗୌଡ଼ଗାଁ ନୂଆସାହିର ଭଆଳି ଗୌଡ଼ଙ୍କ ମଇଁଷି ଗୋଠ ଘାସ ଚରିବାକୁ ଯାଉଥିଲେ। ନଦୀପାର୍ଶ୍ୱ ରାସ୍ତାକଡ଼ରେ ଉଠା ଜଳସେଚନ ପ୍ରକଳ୍ପକୁ ସଂଯୋଗ ହୋଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ଏଲ୍‌ଟି ଲାଇନ୍‌ ତାର ଓହଳି ରହିଥିଲା। ଗୋଠରେ ଯାଉଥିବା ୪ଟି ମଇଁଷି ସାନକେଳାଝରୀ ଗାଁ ରାସ୍ତାକଡ଼ର ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ବାତ୍ୟା ‘ଫନୀ’ ପରଠାରୁ ଉକ୍ତ ଉଚ୍ଚ କ୍ଷମତା ସମ୍ପନ୍ନ ତାରଟି ଓହଳି ରହିଥିଲେ ସୁଦ୍ଧା ବିଦ୍ୟୁତ୍‌ ବିଭାଗ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ନ ଥିଲେ। ଫଳରେ ଏଭଳି ଦୁର୍ଘଟଣା ଘଟିଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ମଇଁଷିପାଳନ କରି ଜୀବିକା ନିର୍ବାହ କରୁଥିବା ଅସହାୟ ଚାଷୀ ଭଆଳିଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ ଦାବି କରିଛନ୍ତି। ଏ ନେଇ ସେ ସ୍ଥାନୀୟ ତହସିଲଦାର ଏବଂ ବିଦ୍ୟୁତ୍‌ ବିଭାଗ ସହକାରୀ ଯନ୍ତ୍ରୀଙ୍କୁ ଅବଗତ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri