ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ
ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ ସ୍ବାମୀ ହେମନ୍ତ ନାଗ(୩୫)। ମଙ୍ଗଳବାର ହେମନ୍ତଙ୍କ ପରିବାର ବେଶ୍‌ ହସଖୁସିରେ ନୂଆଁଖାଇ ମନାଇଥିଲେ। ବୁଧବାର ସକାଳ ପ୍ରାୟ ୫ଟାରେ ରଜନୀ ଗାଧୋଇ ସାରି ଘର ଅଗଣାରେ ଓଦା କପଡ଼ା ଶୁଖାଉଥିଲେ। ଏହି ସମୟରେ ସେଠାରେ ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ସେ ଆସି ଯାଇଥିଲେ। ସ୍ତ୍ରୀଙ୍କ ଚିତ୍କାର ଶୁଣି ହେମନ୍ତ ସେଠାକୁ ଆସି ବିଦ୍ୟୁତ୍‌ ତାରକୁ ଏକ ବାଡ଼ିରେ ପିଟି ଦେଇଥିଲେ। ହେଲେ ତାରଟି ଛିଡ଼ି ଯାଇ ତାଙ୍କ ଗୋଡ଼ରେ ଛନ୍ଦି ହୋଇଯାଇଥିଲା। ଫଳରେ ଉଭୟେ ବିଦ୍ୟୁତ୍‌ ଆଘାତରେ ଗୁରୁତର ହୋଇ ପଡ଼ିଥିଲେ। ପଡୋଶୀମାନେ ତାଙ୍କୁ ଉଦ୍ଧାର କରି ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଲୋଇସିଂହା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୧୯/୧୯) ରୁଜୁ ହୋଇଛି। ନାଗ ଦମ୍ପତିଙ୍କ ମୃତ୍ୟୁ ପରେ ତାଙ୍କ ଦୁଇ ଝିଅ ଅସହାୟ ହୋଇ ପଡିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅନ୍ତର୍ଗତ କର୍ତ୍ତଙ୍ଗ ଗ୍ରାମର ମୂଳବାସିନ୍ଦା ହେମନ୍ତ ନାଗ ରଜନୀଙ୍କୁ ପ୍ରେମ ବିବାହ କରିଥିଲେ। ବିବାହ ପରଠାରୁ ଗତ ୧୦ବର୍ଷ ହେଲା ସେମାନେ ଆଗଲପୁର ଆସି ରହୁଥିଲେ । ତାଙ୍କର ୬ ଓ ୩ ବର୍ଷର ଦୁଇ ଝିଅ ଅଛନ୍ତି।

ସାନଭଉଣୀ ପାଇଁ ବଡ଼ଭାଇ ଆଖି ବୁଜିଲେ
ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁରୁଣ୍ଡା ଗ୍ରାମରେ ସେମିତି ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ସାନ ଭଉଣୀକୁ ବଞ୍ଚାଇବାକୁ ଯାଇ ବଡ଼ଭାଇଙ୍କ ମୃତ୍ୟୁ ଘଟିଛି। ସାନଭଉଣୀ ପ୍ରେମଲତା ସରାଫ(୧୬) ସକାଳେ ଘର ଓଳାଉଥିଲେ। ଏହି ସମୟରେ ଗଣେଶ ପୂଜା ପାଇଁ ଘରେ ଲାଗିଥିବା ଲିଚୁ ଲାଇଟ ସଂସ୍ପର୍ଶରେ ସେ ଆସି ଯାଇଥିଲେ। ଭଉଣୀଙ୍କ ଚିତ୍କାର ଶୁଣି ଅନ୍ୟ ଘରେ ଥିବା ବଡ଼ଭାଇ କର୍ଣ୍ଣଦାନୀ(୧୯)ସେଠାକୁ ଆସି ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିଲେ। ହେଲେ ବିଦ୍ୟୁତ ଆଘାତରେ ସେ ଗୁରୁତର ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ କଣ୍ଟାବାଞ୍ଜି ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ଡାକ୍ତର କର୍ଣ୍ଣଦାନୀଙ୍କୁ ମୃତ ଘୋଷଣା କରିଥିଲେ। କଣ୍ଟାବାଞ୍ଜି ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ କଣ୍ଟାବାଞ୍ଜି ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୮/୧୯) ରୁଜୁ ହୋଇଛି।
ହୋଲ୍‌ଡର ମରାମତି ବେଳେ ୨ ମୃତ
ରଣପୁର,(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡିର ରଙ୍କଦେଉଳି ଗଁ।ରେ ବୁଧବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଲକ୍ଷ୍ମଣ ସାହୁ(୫୮) ଓ ରବି ପରିଡା(୩୦)। ଫାଣ୍ଡି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ ୧୧/୧୯) ରୁଜୁ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ରଙ୍କଦେଉଳି ଗଁାର ଲକ୍ଷ୍ମଣ ବୁଧବାର ଘରେ ଏକୁଟିଆ ଥିଲେ। କୌଣସି କାରଣରୁ ସେ ଗଁାର ରବିଙ୍କୁ ଘରକୁ ଡାକିଥିଲେ। ଏହି ସମୟରେ ଲକ୍ଷ୍ମଣ ଏକ ଅଚଳ ହୋଲଡର ମରାମତି କରୁଥିଲେ। ଅସାବଧାନତା ଯୋଗୁ ତାଙ୍କୁ ହଠାତ୍‌ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ସେ ଚିତ୍କାର କରିବାରୁ ରବି ତାଙ୍କୁ ବଞ୍ଚାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ସେ ମଧ୍ୟ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲେ। ଉଭୟଙ୍କ ଚିତ୍କାର ଶୁଣି ଗଁ। ଲୋକେ ସେଠାରେ ପହଞ୍ଚତ୍ ବହୁ କଷ୍ଟରେ ଦୁହିଁଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତେବେଳକୁ ଲକ୍ଷ୍ମଣଙ୍କ ମୃତ୍ୟୁ ଘଟିସାରିଥିଲା। ରବିଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃ୍‌ତ ଘୋଷଣା କରିଥିଲେ।
ବିଦ୍ୟୁତ୍‌ ତାର ଲାଗି ଯୁବକ ମୃତ
ଗାଇସିଲେଟ, (ଡି.ଏନ.ଏ.): ଗଣେଶ ଭସାଣି ଶୋଭାଯାତ୍ରା ସାରି ଏକ ଡିଜେ ଗାଡି ଉପରେ ବସି ଘରକୁ ଫେରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ବୀରେନ୍ଦ୍ର ବରିହା(୨୬)। ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି। ଏ ନେଇ ଗାଇସିଲେଟ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୧/୧୯) ରୁଜୁ ହୋଇଛି।
ବୁଧବାର ସନ୍ଧ୍ୟା ୬ଟାରେ ବରଗଡ଼ ଜିଲା ଗାଇସିଲେଟ ଥାନା ତାଲପାଲି ପଞ୍ଚାୟତର ଜେମକେରା ଗାଁରେ ଗଣେଶ ଭସାଣି ଶୋଭାଯାତ୍ରା ଥିଲା। ବୀରେନ୍ଦ୍ର ଏକ ଡିଜେ ଗାଡିରେ ବସି ଉକ୍ତ ଶୋଭାଯାତ୍ରାକୁ ଯାଇଥିଲେ। ସେଠାରେ ଶୋଭାଯାତ୍ରା ସରିବା ପରେ ବୀରେନ୍ଦ୍ର ଉକ୍ତ ଗାଡି ଉପରେ ବସି ଘରକୁ ଫେରୁଥିଲେ। ଚଂଘରିଆ ଗାଁ ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ବୀରେନ୍ଦ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri