ବିଦ୍ୟୁତ୍‌ ଫାଶରେ କୁଟୁରା, ଗୟଳ ଶିକାର

ବନ୍ତଳା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅଧୀନରେ ସୋମବାର ଓ ମଙ୍ଗଳବାର ୧୧ କେଭି ତାରରେ ହୁକ ପକାଇ ଏକ କୁଟୁରା ଓ ଗୟଳ ଶିକାର କରାଯାଇଥିବା ଅଭିଯୋଗ ହୋଇଛି। ଜଗନ୍ନାଥପୁର ଗ୍ରାମ ଛୁଟା ମୁଣ୍ଡା ରିଜର୍ଭ ଜଙ୍ଗଲ କମ୍ପାର୍ଟମେଣ୍ଟ ନମ୍ବର ୧ରେ ସୋମବାର ରାତି ୧୧.୩୦ ରୁ ୧୨ ଟା ମଧ୍ୟରେ ହୁକ ପକାଇ ଜନ୍ତୁ ଶିକାର ପାଇଁ ଲୁହା ତାର ବିଛାଯାଇଥିଲା। ଏହା ସଂସ୍ପର୍ଶରେ ଆସି ଏକ କୁଟୁରାର ମୃତ୍ୟୁ ଘଟିଥିଲା। ଖବରପାଇ ରେଞ୍ଜର ସୁଦୀପ୍ତା ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଜଗନ୍ନାଥପୁର କର୍ମଚାରୀ ସେଠାରେ ଚଢ଼ାଉ କରିବା ସହ ମୃତ କୁଟୁରା, ଶିକାରରେ ବ୍ୟବହୃତ ତାର, ବାଉଁଶ କିଳା ଆଦି ଜବତ କରିଥିଲେ। ବନବିଭାଗ ପକ୍ଷରୁ ଓଆର କେଶ୍‌ ନଂ. ୭ ରେ ଏକ ମକଦ୍ଦମା ରୁଜୁ କରି ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଉକ୍ତ ଅଞ୍ଚଳଟି ବନ୍ତଳା ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ର ଅଧୀନରେ ଯାଉଥିବା ବେଳେ ଜରପଡା ପ୍ରାଣୀ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ସେହିପରି ଉକ୍ତ ରେଞ୍ଜ ତରଭା ବିଟ ଅଧୀନରେ ଥିବା କୁରୁ ରିଜର୍ଭ ଜଙ୍ଗଲ ଜଳେଶ୍ବରଠାରେ ମଙ୍ଗଳବାର ରାତିରେ ୧୧ କେଭି ତାରରେ ହୁକ ପକାଇ ଏକ ଗୟଳକୁ ଶିକାର କରାଯାଇଛି। ବୁଧବାର ସକାଳେ ଖବରପାଇ ବନବିଭାଗ ଗୟଳ ଓ ଶିକାରରେ ବ୍ୟବହୃତ ସାମଗ୍ରୀକୁ ଜବତ କରିଛି। ପମ୍ପାସର କେଶ୍‌ ନଂ. ୮ରେ ଏକ ମାମଲା ରୁଜୁ କରାଯିବା ସହ ସାତକୋଶିଆ ପ୍ରାଣୀ ଡାକ୍ତର କିଶୋର କୁମାର ସାହୁ ମୃତ ଗୟଳର ବ୍ୟବଚ୍ଛେଦ କରିଛନ୍ତି। ସେହିପରି ଅନୁଗୋଳ ବନଖଣ୍ଡ ଅଧୀନରେ ଥିବା ଅନୁଗୋଳ ରେଞ୍ଜ ପୁରୁଣାଗଡ଼ ସୋରିଷପାଳ ଗ୍ରାମ ନିକଟରେ ମଙ୍ଗଳବାର କୁକୁର ଆକ୍ରମଣରେ ଏକ ହରିଣର ମୃତ୍ୟୁ ହୋଇଛି। ଖବର ପାଇ ବନବିଭାଗ ହରିଣକୁ ଜବତ କରି ବୁଧବାର ଅନୁଗୋଳ ପ୍ରାଣୀ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରିଛି। ରେଞ୍ଜର ସୁଦୀପ୍ତା ମହାପାତ୍ର କୁହନ୍ତି, ଶିକାରୀଙ୍କ ବିଷୟରେ ଜଣାପଡିଛି। ଅଧିକ ତଦନ୍ତ ଚାଲିଛି। ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri