ବିଦ୍ୟୁତ୍‌ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା

ରୂପ୍‌ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍‌ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୭୬/୧୯) ରୁଜୁ କରିଛି।
ବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓ ଡିଏନ୍‌ ବେହେରା, ରୂପ୍‌ସା ବିଦ୍ୟୁତ୍‌ ସେକ୍ସନ ଜେଇ କେକେ ଜେନା, ଆସିଷ୍ଟାଣ୍ଟ ଭିଜିଲାନ୍ସ ଅଫିସର ଓ ବିଭାଗୀୟ କର୍ମଚାରୀ ଗତ ୯ତାରିଖରେ ଜାମୁଳିଆ ଗ୍ରାମକୁ ଯାଇଥିଲେ। ସେମାନେ ଜଣେ ଉପଭୋକ୍ତାଙ୍କୁ ୨ଟି ମିଟରରେ ଦିଆଯାଇଥିବା ପୃଥକ ବିଦ୍ୟୁତ୍‌ ସଂଯୋଗର ସଂଶୋଧନ ପାଇଁ ପୂର୍ବ ଅଭିଯୋଗ ମୁତାବକ ପଚାରି ବୁଝିଥିଲେ। ସମସ୍ତ ଉପଭୋକ୍ତଙ୍କ ଘରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବେଆଇନ ବିଦ୍ୟୁତ୍‌ ବ୍ୟବହାର ସମ୍ପର୍କରେ ଚଢ଼ାଉ କରାଯିବ ଆଶଙ୍କା କରି କେତେକ ଗ୍ରାମବାସୀ ହୋହଲ୍ଲା କରିଥିଲେ। ବିଦ୍ୟୁତ୍‌ ଅଧିକାରୀଙ୍କୁ ଗାଳିଗୁଲଜ ଓ ଦୁର୍ବ୍ୟବହାର କରିବା ସହ ସରକାରୀ କାର୍ଯ୍ୟରେ ବାଧା ଦେବା ନେଇ ଜେଇ ଜେନା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଓ ଏଏସ୍‌ଆଇ ହେମନ୍ତ କୁମାର ଦେବ ଗାଁରେ ପହଞ୍ଚତ୍ ଘଟଣା ସମ୍ପର୍କରେ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri