ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ପୁଅ, ବାପା ଫେରାର

ରୂପ୍‌ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍‌ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦) ରୁଜୁ କରାଯାଇ ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।

ବସ୍ତା ବିଦ୍ୟୁତ୍‌ ବିଭାଗ ଜେଇ ବାଗ ଏକ ଟିମ୍‌ ସହ ଶ୍ରୀରାମପୁର ପଞ୍ଚାୟତର ବିଭିନ୍ନ ଗାଁକୁ ଅଫିସ କାର୍ଯ୍ୟରେ ଯାଇଥିଲେ। କ୍ଷୀରଂ ଗ୍ରାମର ଉପଭୋକ୍ତା ସଞ୍ଜୟ କୁମାର ଦାସ ବିଦ୍ୟୁତ ଖୁଣ୍ଟିରୁ ବେଆଇନ୍‌ ବିଦ୍ୟୁତ ସଂଯୋଗ କରିଥିବା ଦେଖି ସେ ମୋବାଇଲରେ ଚିତ୍ର ଉତ୍ତୋଳନ କରି ଫେରୁଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ସଞ୍ଜୟ ଓ ତାଙ୍କ ପୁଅ ରାମକୃଷ୍ଣ ହଳଦୀପାଳ ବଜାରରେ ଜେଇଙ୍କୁ ଅଟକାଇ ଗାଳିଗୁଲଜ କରିଥିଲେ। ମରଣାନ୍ତକ ଆକ୍ରମଣ ସହ ହତ୍ୟା ଧମକ ଦେଇଥିବା ଏତଲାରେ ଦର୍ଶାଯାଇଛି। ତଦନ୍ତ ଅଧିକାରୀ ଏଏସ୍‌ଆଇ ଚିତ୍ତରଞ୍ଜନ ମହାନ୍ତି ଚଢ଼ାଉ କରି ଅଭିଯୁକ୍ତ ପୁଅଙ୍କୁ ଗିରଫ କରିଥିବାବେଳେ ବାପା ସଞ୍ଜୟ ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri