ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ ସରକାରଙ୍କ ଘୋଷଣା କ୍ରମେ ବିଲ୍‌ ପ୍ରଦାନ କରାଯାଇ ନ ଥିଲା ବେଳେ ଦୀର୍ଘ ଦୁଇମାସ ପରେ ଏବେ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ବିଲ୍‌ ପ୍ରଦାନ କରାଯାଇଛି। ଅଧିକ ଟଙ୍କାର ବିଲ୍‌ ଆସିବା ସହ କନେକ୍ସନ ନ ଥାଇ କେତେଜଣଙ୍କ ନାମରେ ବିଲ୍‌ ଆସିଥିବା ଅଭିଯୋଗ ହୋଇଛି। ଲକ୍‌ଡାଉନ ଯୋଗୁ ଜିଲାର ଆଦିବାସୀ, ଖଟିଖିଆ, ଦିନ ମଜୁରିଆ କାମଧନ୍ଦା ନ ପାଇ ଘରେ ହାତ ବାନ୍ଧି ବସିଛନ୍ତି। ନିଜେ ବଞ୍ଚିବା ପାଇଁ ସେମାନେ ସଂଘର୍ଷ କରୁଥିବା ବେଳେ କିପରି ବିଦ୍ୟୁତ୍‌ ବିଲ୍‌ ଦେବେ ତାହା ଚିନ୍ତାର ବିଷୟ ପାଲଟିଛି। ମୋରଡା ବିଦ୍ୟୁତ୍‌ ବିଭାଗର ଜେଇ ମୃତ୍ୟୁଞ୍ଜୟ ପାଣିଗ୍ରାହୀଙ୍କୁ ପଚାରିବାରୁ ଏବିଷୟରେ ସେ କୌଣସି ଅଭିଯୋଗ ପାଇ ନ ଥିବା କହିଛନ୍ତି। ସେହିପରି ଏସ୍‌ଡିଓ ଗିରିଜା ଶଙ୍କର ନାଏକଙ୍କୁ ଯୋଗାଯୋଗ କରିବାରୁ ଅଭିଯୋଗ ଆସିଲେ ବୃଦ୍ଧି ହୋଇ ଆସିଥିବା ବିଦ୍ୟୁତ୍‌ ବିଲ୍‌ ସଂଶୋଧନ କରାଯିବା ସହ କନେକ୍ସନ ନ ଥିବା ଲୋକଙ୍କ ବିଦ୍ୟୁତ୍‌ ବିଲ୍‌ ସମ୍ପୂର୍ଣ୍ଣ ଛାଡ଼ କରାଯିବ ବୋଲି କହିଛନ୍ତି। ଲକ୍‌ଡାଉନ ସମୟରେ ବୃଦ୍ଧି ହୋଇ ଆସିଥିବା ବିଦ୍ୟୁତ୍‌ ବିଲ୍‌ ଉପଭୋକ୍ତାଙ୍କ ପାଇଁ ବେଡି ଉପରେ କୋରଡ଼ା ସଦୃଶ ହୋଇଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେବାକୁ ଉପଭୋକ୍ତାମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?