କୁଆମରା,୧୯ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ପଞ୍ଚାୟତର ନାଉପଦା ଗ୍ରାମକୁ ସୋମବାର ବିଦ୍ୟୁତ୍ ବିଲ ଆଦାୟ କରିବାକୁ ଯାଇଥିତ୍ବା ନେସ୍କୋ କର୍ମଚାରୀଙ୍କୁ ଉପଭୋକ୍ତା ଅଟକ ରଖିବା ନେଇ ଥାନା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ବିଭାଗୀୟ କର୍ମଚାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଉପପଭୋକ୍ତାଙ୍କ ପକ୍ଷରୁ ଥାନାରେ ପାଲଟା ଅଭିଯୋଗ କରାଯାଇଛି। ଖୁଣ୍ଟା ଥାନା ପୋଲିସ ଉଭୟ ପକ୍ଷଙ୍କ ଅଭିଯୋଗକୁ ଭିତ୍ତି କରି ଦୁଇଟି ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନାଅନୁଯାୟୀ, ବିଦ୍ୟୁତ୍ ବିଭାଗ କର୍ମଚାରୀ ସୋମବାର ଅପରାହ୍ନରେ ନାଉପଦା ଗ୍ରାମକୁ ବିଲ୍ ଆଦାୟ କରିବାକୁ ଯାଇଥିଲେ। ସେହି ଗ୍ରାମର ଉପଭୋକ୍ତା ରାମକୃଷ୍ଣ ନାୟକ ଘରେ ନ ଥିଲେ। ତାଙ୍କ ସ୍ତ୍ରୀ ୧୫ଶହ ଟଙ୍କା ଦେଉଥିବା ବେଳେ ବିଦ୍ୟୁତ ବିଭାଗ କର୍ମଚାରୀ ୩ହଜାର ଟଙ୍କା ଦେବାକୁ ଜିଦ ଧରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ରାମକୃଷ୍ଣ ଓ ତାଙ୍କ ପୁଅ ଶାନ୍ତନୁ ପହଞ୍ଚି ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ଅଟକ ରଖିବା ସହ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ। ଏ ନେଇ ବିଦ୍ୟୁତ୍ ବିଭାଗ ଏସଡିଓ ପ୍ରଶାନ୍ତ କୁମାର ମାନା ରାତିରେ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷେ ବିଲ୍ ଆଦାୟ କରିବାକୁ ଆସିଥିବା ନେସ୍କୋ ଭିଜିଲାନ୍ସ ମ୍ୟାନେଜର ଦୀପକ କୁମାର ଦାସ, କର୍ମଚାରୀ ଦିପ୍ତୀକାନ୍ତ ଭୂୟାଁ ଓ ହେଲପର ଦୟାନିଧି ମହାନ୍ତ ର୍ଦୁବ୍ୟବହାର କରିଥିବା ମହିଳା ଜଣକ ଅଭିଯୋଗ କରିଛନ୍ତି। ଉଭୟଙ୍କ ଅଭିଯୋଗକୁ ନେଇ ଖୁଣ୍ଟା ଥାନାରେ ପୃଥକ ପୃଥକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...
ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ
ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...
ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...
ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….
ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...
ଏନ୍ଏସ୍ଏସ୍ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...
ଜବ୍ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍...
ଭୟଙ୍କର ଦୁର୍ଘଟଣା ବାଇକ୍କୁ ଘୋଷାଡି ନେଲା ବସ୍: ଚକା ତଳେ ଗଲା ୩ ଜୀବନ
ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...
Archives


