କୁଆମରା,୧୯ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ପଞ୍ଚାୟତର ନାଉପଦା ଗ୍ରାମକୁ ସୋମବାର ବିଦ୍ୟୁତ୍ ବିଲ ଆଦାୟ କରିବାକୁ ଯାଇଥିତ୍ବା ନେସ୍କୋ କର୍ମଚାରୀଙ୍କୁ ଉପଭୋକ୍ତା ଅଟକ ରଖିବା ନେଇ ଥାନା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ବିଭାଗୀୟ କର୍ମଚାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଉପପଭୋକ୍ତାଙ୍କ ପକ୍ଷରୁ ଥାନାରେ ପାଲଟା ଅଭିଯୋଗ କରାଯାଇଛି। ଖୁଣ୍ଟା ଥାନା ପୋଲିସ ଉଭୟ ପକ୍ଷଙ୍କ ଅଭିଯୋଗକୁ ଭିତ୍ତି କରି ଦୁଇଟି ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନାଅନୁଯାୟୀ, ବିଦ୍ୟୁତ୍ ବିଭାଗ କର୍ମଚାରୀ ସୋମବାର ଅପରାହ୍ନରେ ନାଉପଦା ଗ୍ରାମକୁ ବିଲ୍ ଆଦାୟ କରିବାକୁ ଯାଇଥିଲେ। ସେହି ଗ୍ରାମର ଉପଭୋକ୍ତା ରାମକୃଷ୍ଣ ନାୟକ ଘରେ ନ ଥିଲେ। ତାଙ୍କ ସ୍ତ୍ରୀ ୧୫ଶହ ଟଙ୍କା ଦେଉଥିବା ବେଳେ ବିଦ୍ୟୁତ ବିଭାଗ କର୍ମଚାରୀ ୩ହଜାର ଟଙ୍କା ଦେବାକୁ ଜିଦ ଧରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ରାମକୃଷ୍ଣ ଓ ତାଙ୍କ ପୁଅ ଶାନ୍ତନୁ ପହଞ୍ଚି ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ ଅଟକ ରଖିବା ସହ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ। ଏ ନେଇ ବିଦ୍ୟୁତ୍ ବିଭାଗ ଏସଡିଓ ପ୍ରଶାନ୍ତ କୁମାର ମାନା ରାତିରେ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷେ ବିଲ୍ ଆଦାୟ କରିବାକୁ ଆସିଥିବା ନେସ୍କୋ ଭିଜିଲାନ୍ସ ମ୍ୟାନେଜର ଦୀପକ କୁମାର ଦାସ, କର୍ମଚାରୀ ଦିପ୍ତୀକାନ୍ତ ଭୂୟାଁ ଓ ହେଲପର ଦୟାନିଧି ମହାନ୍ତ ର୍ଦୁବ୍ୟବହାର କରିଥିବା ମହିଳା ଜଣକ ଅଭିଯୋଗ କରିଛନ୍ତି। ଉଭୟଙ୍କ ଅଭିଯୋଗକୁ ନେଇ ଖୁଣ୍ଟା ଥାନାରେ ପୃଥକ ପୃଥକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଓରାଙ୍ଗଉଟାନ ଲିଙ୍କ୍ରେ ନୂଆ ସିସିଟିଭି ଫୁଟେଜ୍: ସାମ୍ନାକୁ ଆସିଲା ରାତିଅଧର…
ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍ ନେଇ ଚାଲିଥିବା ଛାନଭିନ୍ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…
ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…
ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…
୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…
ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ
ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…
ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ
ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…
ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

