କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ସମାଧାନ, ମହିଳାଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।
୨୦୦୨ରୁ ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ କନିଷି ଅଞ୍ଚଳରେ ଅଙ୍କିତା ସାହୁ ବିଦ୍ୟୁତ୍ ବିଲ୍ ଆଦାୟ କରୁୁଥିଲେ। ବର୍ତ୍ତମାନ ଆର୍ସିଏସ୍ ମାଧ୍ୟମରେ କାମ କରିବାକୁ ସାଉଥ୍କୋ ଅର୍ଡର କରିବାରୁ କନିଷି ବିଦ୍ୟୁତ୍ ବିଭାଗର ଏସ୍ଡିଓଙ୍କ ନିକଟରେ ଗତ ଜୁଲାଇ ୩୦ରେ କନିଷି ସେକ୍ସନ୍ ଆର୍ସିଏସ୍ ନେବା ପାଇଁ ଆବେଦନ କରିଥିଲେ। କନିଷି ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପତ୍ର ନଂ. ୧୦୪, ତା. ୨୮ା୮ା୨୦୧୯ରେ ଏସ୍ଡିଓ ପକ୍ଷରୁ ଚିଠି ନଂ. ୧୪୪୬/୪, ଗତ ଅଗଷ୍ଟ ୨୮ ତାରିଖ ପ୍ରକାରେ ପ୍ରଜ୍ଞା ମହିଳା ଗୋଷ୍ଠୀକୁ ୩ ଲକ୍ଷ ଟଙ୍କା ବିଭାଗରେ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନେ ଗତ ଅଗଷ୍ଟ ୩୦ରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ଲକ୍ଷ ଟଙ୍କା ସାଉଥକୋ ଏକାଉଣ୍ଟ ନଂ. ୩୫୬୧୫୯୧୯୮୦୨ରେ ଜମା କରିଥିଲେ। ଉକ୍ତ ଜମା ଟଙ୍କାକୁ ନେଇ କନିଷି ସବ୍ଡିଭିଜନ ଏସ୍ଡିଓଙ୍କ ଚିଠି ନଂ. ୩୮୫, ତା. ୪ା୯ା୨୦୧୯ରେ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ବ୍ରହ୍ମପୁର-୩ ଡିଭିଜନକୁ ୫ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ନେଇ କନିଷି ସେକ୍ସନ ଆର୍ସିଏସ୍ ଖୋଲିବା ପାଇଁ ସ୍ଥିର କରାଯାଇଥିଲା। ଏହା ମଧ୍ୟରେ ଅନ୍ୟ ୩ଟି ମହିଳା ସଂଘ ରାଜନୈତିକ ଚାପ ପ୍ରୟୋଗ କରି ପ୍ରଜ୍ଞା ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ବର୍ତ୍ତମାନ ଆର୍ସିଏସ୍ ଖୋଲିବାକୁ ବିଭାଗୀୟ ଆଦେଶ ଦେଉନାହନ୍ତି। ଫଳରେ ନିଷ୍ପତ୍ତି ଅଟକି ରହିଛି । ଏ ନେଇ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଶୀଘ୍ର ସମାଧାନ କରିବାକୁ ଦାବି କରିଛନ୍ତି। ଉପଯୁକ୍ତ ନ୍ୟାୟ ନ ମିଳିଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ନ୍ୟାୟାଳୟର ଦ୍ୱାରସ୍ଥ ହେବୁ ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଏ ସମ୍ପର୍କରେ ବିଭାଗୀୟ ଏସ୍ଡିଓ ବିଶ୍ୱରଞ୍ଜନ ମହାପାତ୍ରଙ୍କ ସହ ଯୋଗାଯୋଗ କରିବାରୁ ସେ ଏହି ଘଟଣା ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଜଣାଯାଇଛି ବୋଲି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
Archives

