ବିଦ୍ୟୁତ୍‌ ବିଲ୍‌ ଛାଡ଼ ପାଇଁ ବିକ୍ଷୋଭ

କଟକ ଅଫିସ,୧ା୬: ଏସୟୁସିଆଇ (ସି) କଟକ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବିରେ ସୋମବାର ରାଣୀହାଟ ସେସୁ ଅଫିସ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ମଧ୍ୟ ପଠାଯାଇଛି।
ଲକ୍‌ଡାଉନ୍‌ ପାଇଁ ବହୁ ଲୋକ ନିଜର କର୍ମ ସଂସ୍ଥାନ ହରାଇ ରୋଜଗାର ଶୂନ୍ୟ ହୋଇଛନ୍ତି। ସରକାର ଘରଭଡ଼ା ଛାଡ଼ ପାଇଁ ନିବେଦନ କରୁଥିବା ବେଳେ ସେସୁର ଗ୍ରାହକ ମାରଣ ନୀତି ବୋଝ ଉପରେ କୋରଡ଼ା ମାଡ଼ ଭଳି ହୋଇଛି। ଏପ୍ରିଲ ଓ ମେ’ ମାସର ବିଲ୍‌ ଯେଉଁଠି ୫୦୦ରୁ ୭୦୦ ଟଙ୍କା ଆସେ, ଏବେ ତାହା ୨୦୦୦ରୁ ୫୦୦୦ ପର୍ଯ୍ୟନ୍ତ ଆସୁଛି। ଏଭଳି ସ୍ଥିତିରେ ଦୁଇମାସର ବିଦ୍ୟୁତ୍‌ ଦେୟ ସମ୍ପୂର୍ଣ୍ଣ ଛାଡ଼ କରିବା, ମିଟର ଭଡ଼ା ଆଦାୟ ବନ୍ଦ କରିବା, ବିଦ୍ୟୁତ୍‌ ଦେୟ ଓ ଆଦାୟ ବନ୍ଦ କରିବା ସହ ସମସ୍ତ ସେବା ସଂସ୍ଥାର ସରକାରୀକରଣ ପାଇଁ ଦାବି କରିଛି ଏସୟୁସିଆଇ (ସି)। ବିକ୍ଷୋଭ କାର୍ଯ୍ୟକ୍ରମରେ ଜିଲା କମିଟି ସମ୍ପାଦକ କମ୍ରେଡ ବିଶ୍ୱାବସୁ ଦାସ, ଖଗେଶ୍ୱର ସେଠୀ, ରାଜକିଶୋର ମଲ୍ଲିକ, ବସନ୍ତ ନାୟକ, ସିଦ୍ଧାର୍ଥ ରଥ, ସସ୍ମିତା ମହାନ୍ତି ଓ ଜ୍ୟୋତ୍ସ୍ନାରାଣୀ ଦାସ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri