ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ, ପାଣି ପାଇଁ ଲୋକେ ହିନସ୍ତା: ହାଣ୍ଡି, ବାଲ୍‌ଟି ରଖି ରାସ୍ତା ଅବରୋଧ

ବଡବିଲ, ୨୩ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ପିଏଚ୍‌ଡି ରୋଡସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟବର୍ତ୍ତୀ ଅଞ୍ଚଳରେ ପାନୀୟଜଳ ଅଭାବ ଦେଖାଦେଇଛି। ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ଯୋଗୁ ଏହି ଅଞ୍ଚଳକୁ ପମ୍ପ ଯୋଗେ ଜଳ ଯୋଗାଣ ହୋଇପାରୁନାହିଁ। ସ୍ଥାନୀୟ ବାସିନ୍ଦା ଏଥିରେ ଅତିଷ୍ଠ ହୋଇ ସୋମବାର ହାଣ୍ଡି, ବାଲ୍‌ଟି ରଖି ରାସ୍ତା ଅବରୋଧ କରିଥିଲେ। ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ଓ ଥାନା ଆଇଆଇସି ସୁଶାନ୍ତ ଦାଶ ଘଟଣାସ୍ଥଳରେ ପହଞ୍ଚି ଅବରୋଧକାରୀଙ୍କୁ ବୁଝାଶୁଝା କରିଥିଲେ। ପିଏଚଡି ପାନୀୟ ଜଳଯୋଗାଣ ଟାଙ୍କି ପହଞ୍ଚିଥିଲା। ତଥାପି ଲୋକେ ଆନ୍ଦୋଳନରୁ ହଟି ନ ଥିଲେ। ନିରବଚ୍ଛିନ୍ନ ଭାବେ ପାନୀୟ ଜଳଯୋଗାଣ ନିମନ୍ତେ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ କରିବାକୁ ଦାବି କରିଥିଲେ। ପୌରନିର୍ବାହୀ ଅଧିକାରୀ ଓ ଥାନା ଆଇଆଇସି ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ପାଣି ପମ୍ପକୁ ବିଦ୍ୟୁତ୍‌ ସଂଯୋଗ ହୋଇଥିଲା। ଦାବି ପୂରଣ ପରେ ଲୋକେ ରାସ୍ତା ଅବରୋଧରୁ ହଟିଥିଲେ।

ପିଏଚଡି ରୋଡସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟବର୍ତ୍ତୀ ଅଞ୍ଚଳର ବାସିନ୍ଦାଙ୍କ ନିମନ୍ତେ ସ୍ଥାନୀୟ ଏକ ଘରୋଇ କମ୍ପାନୀ ଦ୍ୱାରା ଗଭୀର ନଳକୂପ ଖନନ ହୋଇଛି। ଏହି ଗଭୀର ନଳକୂପରୁ ପମ୍ପ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ବିଦ୍ୟୁତ୍‌ ସଂଯୋଗ କରାଯାଇ ସ୍ଥାନୀୟ ବାସିନ୍ଦାଙ୍କୁ ନେଇ ଗଠିତ କମିଟିକୁ କମ୍ପାନୀ ହସ୍ତାନ୍ତର କରିଛି। ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବା ଯୋଗୁ ପମ୍ପ ଯୋଗେ ପାନୀୟ ଜଳଯୋଗାଣ ହୋଇପାରୁ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାନୀୟ ଜଳ ସଙ୍କଟ ନେଇ ପ୍ରଶାସନର ଦୃଷ୍ଟିଆକର୍ଷଣ କରିବାକୁ ମହିଳାମାନେ ରାସ୍ତାକୁ ଓହ୍ଲାଇଥିଲେ। ମହିଳାମାନେ ହାଣ୍ଡି, ବାଲ୍‌ଟି ଧରି ପାନୀୟ ଜଳ ଯୋଗାଣ ପାଇଁ ଦାବି କରିଥିଲେ। ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ କାହ୍ନୁଚରଣ ସର୍ଦ୍ଦାର  କହିଛନ୍ତି ଯେ, ଦୈନିକ ପାଣି ପମ୍ପ ଚଳାଇବାକୁ ବିଦ୍ୟୁତ୍‌ ବ୍ୟବହାର କରାଯାଉଥିଲେ ହେଁ ବିଜୁଳି ଦେୟ ବକେୟା ରହିଛି। ଏଥିପାଇଁ ଗତ ୧୫ ଦିନ ତଳେ ବିଭାଗ ପକ୍ଷରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ବକେୟା ୩୦ ହଜାର ଟଙ୍କା ଜମା ହେବା ପରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri