ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜେଜେମା’ ନାତିଙ୍କ ଜୀବନ ଗଲା

ଭଞ୍ଜନଗର,୧୨।୨(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରାଠାରେ ବିଦ୍ୟୁତ୍‌ ତାର ଲାଗି ବସ୍‌ ଅଘଟଣ ମନରୁ ନ ଲିଭୁଣୁ ପୁଣି କୋକଳୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି ।
ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ କୋକଳୁଣ୍ଡା ଗ୍ରାମର ଉଲା ଜେନାଙ୍କ ପୁଅ ରାଜେଶ ଜେନା ଗାମୁଛାକୁ ଶୁଖାଇବା ସମୟରେ ପାଇଖାନା ଟିଣକୁ ଲାଗିଥିବା ଏକ ଛିଣ୍ଡା ବିଦ୍ୟୁତ୍‌ ତାରରେ ଲାଗି ଚିତ୍କାର କରିଥିଲେ। ଫଳରେ ପାଟି ଶୁଣି ତାଙ୍କ ଜେଜେମା’ ସୁଶୀଳା ଜେନା ନାତିକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ସଂସ୍ପର୍ଶରେ ମଧ୍ୟ ଆସି ଯାଇଥିଲେ। ଏହା ଦେଖି ସାହିବାସିନ୍ଦା ବେଲଗୁଣ୍ଠା ବିଦ୍ୟୁତ୍‌ ବିଭାଗକୁ ଖବର ଦେବା ପରେ ବିଭାଗୀୟ କର୍ମଚାରୀ ପହଞ୍ଚି ବିଦ୍ୟୁତ୍‌ ସରବରାହ ବନ୍ଦ କରିଥିଲେ। ଗ୍ରାମବାସୀ ଉଭୟଙ୍କୁ ଗୁରୁତର ଅବସ୍ଥାରେ ବେଲଗୁଣ୍ଠା ମେଡିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ମୃତକ ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପୂର୍ବତନ ସରପଞ୍ଚ ସୁଧାଂଶୁ ଶେଖର ପଲେଇ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri