ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ ବାଲେଶ୍ୱର କଚେରୀ ନିକଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ କାର୍ଯ୍ୟ କରନ୍ତି। ସେ ବଡ଼କିଆ ଛକରେ ଥିବା ଏକ ଦୋକାନକୁ ଶାମ୍ପୋ ଆଣିବା ପାଇଁ ଯାଇଥିଲେ। ଦୋକାନୀଙ୍କ ଇନଭର୍ଟର ଖରାପ ହୋଇଥିବା ଜାଣି ସେ ମରାମତି କରିବାକୁ ଉଦ୍ୟମ କରୁଥିବା ବେଳେ ପୂର୍ବରୁ ଚାର୍ଜ ହୋଇଥିବା ଇନଭର୍ଟର ଦ୍ୱାରା ବିଦ୍ୟୁତ୍ ଆଘାତ ପାଇଥିଲେ। ଘଟଣାସ୍ଥଳରେ ସେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଏନେଇ ଚାନ୍ଦିପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୧୯/୧୯) ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଥାନାଧିକାରୀ ମୀନତି ବିଶ୍ୱାଳ କହିଛନ୍ତି।
ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ
ପ୍ର- ଅର୍ଗାନିକ୍ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…
ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ
ଓ୍ବାଶିଂଟନ୍,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…
ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ
ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…
୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ
ନୂଆଦିଲ୍ଲୀ,୯।୪: କେରଳମ୍, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
Archives

