ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଦ୍ୱାରା ପଚରା ଯାଇଥିବା ଅଣତାରକା ପ୍ରଶ୍ନ ନଂ-୯୮ର ଉତ୍ତର ଦେଇ ମନ୍ତ୍ରୀ ଦାସ ଉପରୋକ୍ତ ତଥ୍ୟ ରଖିଛନ୍ତି। ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କ ପ୍ରଦତ୍ତ ଉତ୍ତର ଅନୁଯାୟୀ, ଅନୁମୋଦିତ ଦୈନିକ ଖବରକାଗଜ ସଂଖ୍ୟା ୮୨, ସାପ୍ତାହିକ ସଂଖ୍ୟା-୬୦, ପାକ୍ଷିକ ସଂଖ୍ୟା-୧୬, ମାସିକ ସଂଖ୍ୟା-୧୯, ତ୍ରୟମାସିକ ସଂଖ୍ୟା-୧ ଏବଂ ଇଂଲିଶ ଖବରକାଗଜ ସଂଖ୍ୟା-୧୭ ଅଟେ।
ସେହିଭଳି ଗ୍ରାମାଞ୍ଚଳ ଖବରଦାତାମାନଙ୍କୁ ନିର୍ଦ୍ଦିଷ୍ଟ ଭାବେ ପ୍ରୋତ୍ସାହନ ରାଶି ପ୍ରଦାନ କରିବା ନିମନ୍ତେ କୌଣସି ସ୍ବତନ୍ତ୍ର ବ୍ୟବସ୍ଥା ନାହିଁ। ସହରାଞ୍ଚଳର କାର୍ଯ୍ୟରତ ଖବରଦାତାଙ୍କୁ ଯୋଗାଇ ଦିଆଯାଉଥିବା ସମସ୍ତ ସୁବିଧା ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କୁ ଯୋଗାଇ ଦିଆଯାଉଛି। ଖବରଦାତାମାନଙ୍କୁ ପେନ୍‌ସନ ଦେବାର କୌଣସି ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ନାହିଁ ବୋଲି ମନ୍ତ୍ରୀ ତାଙ୍କ ଉତ୍ତରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri