ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏନେଇ ଜିଲାପାଳଙ୍କୁ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏଭଳିସ୍ଥିତିରେ ମଣ୍ଡିରେ ଧାନ ଗଦା ହୋଇଛି। ଧାନ କିଣା ନ ଯିବା ଯୋଗୁ ଚାଷୀଙ୍କ ମୁଣ୍ଡରେ ଚଡ଼କ ପକାଇଛି। ମଣ୍ଡିରୁ ଧାନ ନ ଉଠିବା ଏବଂ ଟୋକନ ଅବ୍ୟବସ୍ଥାକୁ ନେଇ ବିରୋଧୀ ସରକାରଙ୍କୁ ସଣ୍ଡୁଆଶି ଆକ୍ରମଣ କରିଥିଲେ। ତିନିଦିନ ଗୃହ ବନ୍ଦ ରହିବା ପରେ ସୋମବାର ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ହରଡ଼ଘଣାରେ ପକାଇଥିଲେ। ସରକାର ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି। ଚାଷୀମାନେ ଧାନ ଧରି ଦିନରାତି ମଣ୍ଡିରେ ବସିଛନ୍ତି। ଟୋକନ ମିଳୁନାହିଁ, ଯାହାଙ୍କୁ ମିଳିଛି ସେମାନେ ଧାନ ବିକ୍ରି କରିପାରୁ ନାହାନ୍ତି। ଟୋକନ ଆଳରେ ଧାନ କିଣାଯାଉନାହିଁ। ଏଭଳି ଅଭିଯୋଗ ଆଣି ବିରୋଧୀ ବିଧାନସଭାରେ ହଙ୍ଗାମା କରିଥିଲେ। ଥରେ କି ଦି’ଥର ନୁହେଁ, ଦିନତମାମ ୧୬ଥର ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ଅଚଳାବସ୍ଥାକୁ ଏଡ଼ାଇବାକୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଗୃହକୁ ସ୍ବାଭାବିକ କରିବାକୁ ଆପ୍ରାଣ ଉଦ୍ୟମ କରିଥିଲେ ମଧ୍ୟ ସବୁକିଛି ଫସର ଫାଟିଛି। ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଦିନତମାମ ଗୃହକାର୍ଯ୍ୟ ବାଏଁ ବାଏଁ ଉଡ଼ିଯାଇଛି। ପୂର୍ବରୁ ଗତ ୨୦ ତାରିଖରେ ଧାନକିଣାକୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ ସମସ୍ୟାର ସମାଧାନ ପାଇଁ ବିଧାୟକମାନଙ୍କୁ ଡାକି ଆଲୋଚନା କରିବା ସହ ଗୃହକୁ ରିପୋର୍ଟ ଦେବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସମବାୟ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତି ସଭାକାର୍ଯ୍ୟ ଚଳାଇବାକୁ ଗୃହକୁ ପ୍ରବେଶ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ କଂଗ୍ରେସ ଦଳ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି ଗୃହର ମଧ୍ୟଭାଗକୁ ଆସି ସରକାରଙ୍କ ଚାଷୀ ବିରୋଧୀ ନୀତିକୁ ସମାଲୋଚନା କରିଥିଲେ। ତାଙ୍କ ସହ କଂଗ୍ରେସ ସଦସ୍ୟ ମହମ୍ମଦ ମୋକିମ, ରମେଶ ଜେନା, ସୁରେଶ କୁମାର ରାଉତରାୟ, ଦଳର ଅନ୍ୟ ସଦସ୍ୟମାନେ ଏବଂ ଭାଜପା ସଦସ୍ୟ ମୁକେଶ ମହାଲିଙ୍ଗ, କୁସୁମ ଟେଟେ ଏବଂ ଦଳର ଅନ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ପରିବର୍ତ୍ତେ ମାତ୍ର ଅଧମିନିଟ୍‌ରେ ଗୃହକୁ ପୂର୍ବାହ୍ନ ୧୧ଟା ୩୦ ଯାଏ ମୁଲତବୀ ଘୋଷଣା କରିଦେଇଥିଲେ। ୧୧ଟା ୩୦ ମିନିଟ୍‌ରେ ମଧ୍ୟ ବିରୋଧୀ ଦଳ ଧାନ ପ୍ରସଙ୍ଗକୁ ନେଇ ପୁଣି ଗୃହରେ ହୋହଲ୍ଲା କଲେ। ସରକାରଙ୍କ ଚାଷୀମାରଣ ନୀତି ଚଳିବ ନାହିଁ, ଚଳିବ ନାହିଁ…, ଯଦି ଚଳିବ ନିଆଁ ଜଳିବ ସ୍ଲୋଗାନ ଦେଇ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିଥିଲେ। ବାଚସ୍ପତି ଗୃହକାର୍ଯ୍ୟରେ ସହଯୋଗ କରିବାକୁ ଯେତେ ଅନୁରୋଧ କରିଥିଲେ ମଧ୍ୟ ବିରୋଧୀଙ୍କ ଉପରେ କୌଣସି ପ୍ରଭାବ ପଡ଼ି ନ ଥିଲା। ଶେଷରେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଗୃହକୁ ସ୍ବାଭାବିକ କରିବାକୁ ଉଦ୍ୟମ କରିଥିଲେ। ସର୍ବଦଳୀୟ ବୈଠକରେ ଯୋଗଦେବାକୁ ସେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାଶ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ଏବଂ ସିପିଆଇ(ଏମ୍‌) ନେତା ଲକ୍ଷ୍ମଣ ମୁଣ୍ଡାଙ୍କୁ ଅନୁରୋଧ କରିଥିଲେ। ଗୃହକୁ ୧୧ଟା ୩୨ରେ ୧୫ ମିନିଟ୍‌ ପାଇଁ ମୁଲତବୀ ଘୋଷଣା କରିଥିଲେ। ମାତ୍ର ବୈଠକରେ କୌଣସି ନିର୍ଯାସ ନ ବାହାରିବାରୁ ପର୍ଯ୍ୟାୟକ୍ରମେ ୭ଥର ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନ ୩ଟାରେ ମଧ୍ୟ ଗୃହକାର୍ଯ୍ୟ ସ୍ବାଭାବିକ ହୋଇପାରି ନ ଥିଲା। ବାଚସ୍ପତି ବିଭିନ୍ନ ପର୍ଯ୍ୟାୟରେ ଗୃହକୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ। ପରିସ୍ଥିତିରେ କୌଣସି ସୁଧାର ନ ଆସିବାରୁ ବାଚସ୍ପତି ଗୃହକୁ ସନ୍ଧ୍ୟା ୬ଟା ୩୦ରେ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ ଯାଏ ମୁଲତବୀ ଘୋଷଣା କରିଥିଲେ।
ଗୃହ ଅଚଳ ହେବା ପରେ ସୋମବାର ଅପରାହ୍ନରେ ଧାନ ସଂଗ୍ରହ ହେଉଥିବା ୫ଟି ଜିଲା କଳାହାଣ୍ଡି, ବାଲେଶ୍ୱର, ନୂଆପଡ଼ା, ସୋନପୁର ଏବଂ ବଲାଙ୍ଗୀରର ବିଧାୟକମାନଙ୍କୁ ଡାକି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଆଲୋଚନା କରିଛନ୍ତି। ଯେଉଁ ଜିଲାରେ ଧାନ ବିକ୍ରି ସମସ୍ୟା ରହିଛି ସେଠାକାର ଜିଲାପାଳମାନଙ୍କୁ ତାଲିକା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହାକୁ ନେଇ ବିଧାୟକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମସ୍ୟା ସମାଧାନ ହୋଇ ନ ଥିବାରୁ ମଙ୍ଗଳବାର ପୁଣି ବିଧାନସଭାରେ ବିରୋଧୀ ସରକାରଙ୍କୁ ଘେରିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri