ବିଧାନସଭାରେ ବିରୋଧୀ ମୁହାଁମୁହିଁ: ହାଇକୋର୍ଟ ବେଞ୍ଚ ସ୍ଥାପନକୁ ନେଇ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ଦୁଇଫାଳ। ସରକାରଙ୍କୁ ଘେରିବା ପରିବର୍ତ୍ତେ ପରସ୍ପରକୁ ବିରୋଧ କରୁଛନ୍ତି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ଭାଜପା ବିଧାନସଭାରେ ହଟ୍ଟଗୋଳ କରିଛନ୍ତି। ଏହାକୁ ନେଇ ମଙ୍ଗଳବାର ବିଧାନସଭାରେ ଏକ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭାଜପା ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନା ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ କୈଫତ ତଲବ କରିବାକୁ ଚାହୁଁଥିଲା। ଅପରପକ୍ଷରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାପନ ନେଇ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କଠାରୁ ଜବାବ ତଲବ କରିଥିଲା। ତେବେ ଉଭୟ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ପରସ୍ପର ମୁହାଁମୁହିଁ ହୋଇଥିଲେ। ଭାଜପା ନିଜ ପ୍ରସଙ୍ଗ ବିଷୟରେ ଗୃହରେ ଆଲୋଚନା କରିବାକୁ ଚାହୁଁଥିବା ବେଳେ ହାଇକୋର୍ଟ ବେଞ୍ଚ ସ୍ଥାପନ ନେଇ ସରକାର ଏ ପର୍ଯ୍ୟନ୍ତ କି ପଦକ୍ଷେପ ନେଇଛନ୍ତି ସେ ବିଷୟରେ ସ୍ପଷ୍ଟ କରିବା ନେଇ କଂଗ୍ରେସ ଗୃହରେ ହଟ୍ଟଗୋଳ କରିଥିଲା। ତେବେ ପରିସ୍ଥିତି ଏପରି ହୋଇଥିଲା ଯେ ପ୍ରଶ୍ନକାଳ ପରେ ଗୃହ ଏକପ୍ରକାର ଠପ୍‌ ହୋଇଯାଇଥିଲା। କଂଗ୍ରେସ ସଦସ୍ୟଙ୍କୁ ମନାଇବା ଲାଗି ବାଚସ୍ପତି ଯଥା ସମ୍ଭବ ଉଦ୍ୟମ କରିଥିଲେ ମଧ୍ୟ କୌଣସି ଫଳ ମିଳି ନ ଥିଲା। ଫଳରେ ବାଧ୍ୟ ହୋଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri