ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍‌ଏଚ୍‌ଡିସିରୁ ସୂତା କିଣିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବାଧ୍ୟ କରୁଥିବାବେଳେ ଠିକଣା ସମୟରେ ଓ ବଜାର ଅପେକ୍ଷା କମ୍‌ ମୂଲ୍ୟରେ ଏନ୍‌ଏଚ୍‌ଡିସିି ବୁଣାକାରଙ୍କୁ ସୂତା ଯୋଗାଇ ପାରୁନାହିଁ। ଏପଟେ ରାଜ୍ୟରେ ପଥର ମିଳୁ ନ ଥିବାରୁ ରାଜ୍ୟର ପଥର କାରିଗର ବୃତ୍ତି ଛାଡ଼ୁଥିବାବେଳେ ପେଟ ପୋଷିବାକୁ ବାହାର ରାଜ୍ୟକୁ ଚାଲି ଯାଉଛନ୍ତି। ରାଜ୍ୟ ସରକାର ଶିଳ୍ପୀ ଓ ବୁଣାକାରଙ୍କ ପାଇଁ ମାଳ ମାଳ ଯୋଜନା ଓ ପ୍ରତିଶ୍ରୁତି ଦେଉଥିଲେ ମଧ୍ୟ ଆନ୍ତରିକତା ଅଭାବରୁ ସୁଫଳ ମିଳୁନି ବୋଲି ଅଭିଯୋଗ କରିଛି ଓଡ଼ିଶା ଶିଳ୍ପୀ ମହାସଂଘ। ଶିଳ୍ପୀ ଓ ବୁଣାକାରଙ୍କୁ ଅବହେଳା ପ୍ରତିବାଦରେ ଶୁକ୍ରବାର ଓଡ଼ିଶା ଶିଳ୍ପୀ ମହାସଂଘ ହଜାର ହଜାର କାରିଗରଙ୍କୁ ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା।
ମହାସଂଘର ସଭାପତି ଉଦୟ ମହାନ୍ତି ଓ ମୁଖ୍ୟ ଉପଦେଷ୍ଟା ପଦ୍ମଶ୍ରୀ ସୁଦର୍ଶନ ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି ଗଣଧାରଣା ଓ ବିକ୍ଷୋଭରେ ଶିଳ୍ପୀ ଓ କାରିଗରମାନଙ୍କ ଏକାଧିକ ଦାବି ଉପସ୍ଥାପନ କରାଯାଇଥିଲା। ଫନୀ ବାତ୍ୟାରେ ପ୍ରଭାବିତ କାରିଗରଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ, ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦ କାର୍ଯ୍ୟକାରିତା, ନୂଆ ପରିଚାଳନା ବୋର୍ଡ ଗଠନ, ବରିଷ୍ଠ ଶିଳ୍ପୀ ଓ ବୁଣାକାରଙ୍କୁ ମାସିକ ସହାୟତା ରାଶି ପ୍ରଦାନ, ଏମ୍‌ଏସ୍‌ଏମ୍‌ଇ ବିଭାଗ ଅଧୀନରେ ଥିବା ଜିଲା ଶିଳ୍ପକେନ୍ଦ୍ରରୁ ଅଲଗା କରି ରାଜ୍ୟ ହସ୍ତଶିଳ୍ପୀଙ୍କ ସାମଗ୍ରିକ ବିକାଶ ପାଇଁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ସ୍ବତନ୍ତ୍ର କାର୍ଯ୍ୟାଳୟ ଖୋଲିବା ଆଦି ମହାସଂଘ ଦାବି କରିଛି। ମହାସଂଘ ସମ୍ପାଦକ ପ୍ରିୟରଂଜନ କର, ଯତୀନ ସାହୁ, ଗଗନ ମହାରଣା, କାଳନ୍ଦୀ ବେହେରା ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri