ବିଧାନସଭା ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ପ୍ରସଙ୍ଗରେ ଆଲୋଚନା: ଡାକ୍ତର ଅଭାବ ଦୂର ପାଇଁ ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ନାଁରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ କରାଯାଇଛି। ହେଲେ ସେଠାରେ ସାମାନ୍ୟତମ ଚିକିତ୍ସା ସୁବିଧା କରା ନ ଯାଇ ଗରିବ ରୋଗୀଙ୍କୁ କଟକ ରେଫର କରିଦିଆଯାଉଛି। ଆର୍ଥିକ ଅବସ୍ଥା ଭଲ ନ ଥିବା କାରଣରୁ ସେମାନେ କଟକ ଆସି ହୀନସ୍ତା ହେଉଥିବା କଂଗ୍ରେସ ସଭ୍ୟ ପ୍ରଶ୍ନକାଳରେ କହିଛନ୍ତି।
ତାରା କହିଛନ୍ତି ଯେ, କୋରାପୁଟ ଜିଲାର ବହୁ ପିଏଚ୍‌ସି, ସିଏଚ୍‌ସିରେ ଡାକ୍ତର ଅଭାବ ରହିଛି। ନିକଟରେ ବିଶାଖାପାଟଣା ଯାଇଥିବା ଜଣେ ଗରିବ ଲୋକ ୩ ଲକ୍ଷ ଟଙ୍କା ଦେଇ ନ ପାରିବାରୁ ହଇରାଣ ହେଲା। କୋରାପୁଟ ଜିଲାପାଳ ସେଠାକାର ସ୍ଥାନୀୟ କଲେକ୍ଟରଙ୍କ ସହ କଥା ହେଲେ, ମାତ୍ର କୌଣସି ସୁଫଳ ମିଳିଲାନାହିଁ। ତେଣୁ ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଧ୍ୟାନ ଦେବାକୁ ତାରା କହିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ନବ ଦାସ କହିଥିଲେ ଯେ, ଜୟପୁର ବିଧାୟକଙ୍କ ଦ୍ୱାରା ଅଣାଯାଇଥିବା ସମସ୍ତ ବିଷୟକୁ ଧ୍ୟାନ ଦିଆଯିବ। ନିକଟ ଭବିଷ୍ୟତରେ କୋରାପୁଟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମୀକ୍ଷା କରାଯିବ। ବିଭିନ୍ନ ମେଡିକାଲ କଲେଜ ଓ ହସ୍ପିଟାଲରେ କିଛିବର୍ଷ ମଧ୍ୟରେ ଡାକ୍ତର ଅଭାବ ରହିବ ନାହିଁ। ପିଏଚ୍‌ସି ଏବଂ ସିଏଚ୍‌ସି ସମ୍ପର୍କରେ ଜିଲାୱାରି ସମୀକ୍ଷା ହେବା ନେଇ ମନ୍ତ୍ରୀ ସୂଚନା ଦେଇଥିଲେ। ଏହାପରେ ସନ୍ତୋଷ ସିଂ ସାଲୁଜା କଳିଙ୍ଗ ହସ୍ପିଟାଲ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ନେଇଥିବାରୁ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ବଲାଙ୍ଗୀର ଏବଂ କଣ୍ଟାବାଞ୍ଜି ଅଞ୍ଚଳରେ ଥିବା ପିଏଚ୍‌ସି, ସିଏଚ୍‌ସିରେ ଡାକ୍ତର ଅଭାବ ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଏମ୍ସକୁ ଆସି ହଇରାଣ ହେଉଥିବା ରୋଗୀଙ୍କ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। କେବଳ କଳିଙ୍ଗ ହସ୍ପିଟାଲର ଓଏସ୍‌ଟିଏଫ୍‌ କାଟିଦେଲେ ହେବନାହିଁ। ଏମିତିରେ କଳିଙ୍ଗ ହସ୍ପିଟାଲକୁ ବିଶେଷ ଓଏସ୍‌ଟିଏଫ ପାଣ୍ଠି ଦିଆଯାଇନାହିଁ। ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ସୁର ଦାବି କରିଥିଲେ। ଏଥିସହିତ ଏମ୍ସରେ ଦେଖାଯାଉଥିବା ସମସ୍ୟାର ଦୂର ପାଇଁ ନିର୍ଦ୍ଦେଶକଙ୍କୁ ଡାକି ତୁରନ୍ତ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଥିଲେ। ମନ୍ତ୍ରୀ ଦାସ ମଧ୍ୟ ଏଥିରେ ସକାରାତ୍ମକ ଉତ୍ତର ପ୍ରଦାନ କରିଥିଲେ। ଏଥିସହିତ ପ୍ରାଥମିକ ଭାବେ କଳିଙ୍ଗ ହସ୍ପିଟାଲର ଓଏସ୍‌ଟିଏଫ୍‌ କଟାଯାଇଛି। ଅନ୍ୟାନ୍ୟ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାର କରାଯାଉଥିବା ମନ୍ତ୍ରୀ ଉତ୍ତର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri