ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ଏ ନେଇ ଓଡ଼ିଶା ବିଧାନ ସଭା ସଚିବାଳୟ ପକ୍ଷରୁ ସୋମବାର ବଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଚଳିତ ବିଧାନ ସଭାକୁ ନିର୍ବାଚିତ ହୋଇଥିବା ବିଜୁ ଜନତା ଦଳର ୧୬ ଜଣ ସଦସ୍ୟଙ୍କୁ ବ୍ଲକ୍‌-ଏ ଦିଆଯାଇଥିବା ବେଳେ ୧୨ ଜଣଙ୍କୁ ବ୍ଲକ୍‌-ବି, ୨୨ ଜଣଙ୍କୁ ବ୍ଲକ୍‌-ସି, ୧୬ ଜଣଙ୍କୁ ବ୍ଲକ୍‌-ଡି ଓ ୪ ଜଣଙ୍କୁ ବ୍ଲକ୍‌-ଇ ଆସନ ଦିଆଯାଇଛି। ବ୍ଲକ୍‌-ଏର ଏକ ନମ୍ବର ଆସନରେ ଉପବାଚସ୍ପତି, ଦୁଇ ନମ୍ବର ଆସନରେ କିଶୋର ମହାନ୍ତି, ୩ ନଂ.ରେ ଭୂପିନ୍ଦର ସିଂ, ୪ ନଂ. ସରକାରୀ ମୁଖ୍ୟ ସଚେତକଙ୍କୁ ଆବଣ୍ଟନ କରାଯାଇଥିବା ବେଳେ ବ୍ଲକ୍‌-ବିରେ ୧ନଂ.ରେ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୨ରୁ ୮ ନଂ. ପର୍ଯ୍ୟନ୍ତ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପଦ୍ମନାଭ ବେହେରା, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, ତୁଷାରକାନ୍ତି ବେହେରା ଏବଂ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ବ୍ଲକ୍‌-ସି ୧ନଂ ସିଟ୍‌ରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବ୍ଲକ୍‌-ଡି ୧ନଂରେ ପ୍ରତାପ ଜେନା ଏବଂ ବ୍ଲକ୍‌-ଇ ୧ନଂରେ ଟୁକୁନୀ ସାହୁଙ୍କୁ ସିଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri