Posted inଜାତୀୟ

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିପାରିବେ ନାହିଁ ବାଚସ୍ପତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୧: କର୍ନାଟକ ବିଧାନସଭାର ବାଚସ୍ପତି ଜେଡିଏସ୍‌ ଓ କଂଗ୍ରେସ ସରକାରଙ୍କ ୧୭ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏନେଇ ବିଧାୟମାନେ ସୁପ୍ରିମକୋର୍ଟ ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ଏହି ମାମଲାର ଶୁଣାଣି କରି କୋର୍ଟ ବାଚସ୍ପତିଙ୍କ ଉପରେ ବର୍ଷିବା ସହ କଡ଼ା ଟିପ୍ପଣୀ ରଖିଛନ୍ତି। ବାଚସ୍ପତି ଜଣେ ଅଧିକାରୀ ଭାବେ କାର୍ଯ୍ୟକରୁଥିବା ବେଳେ ତାଙ୍କ ପାଖରେ ସୀମିତ କ୍ଷମତା ରହିଛି। ବିଧାୟକ ଓ ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପ୍ରକ୍ରିୟାକୁ ନେଇ ବାଚସ୍ପତିଙ୍କ ଭୂମିକା ଉପରେ ପୁନର୍ବିଚାର କରିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। ଦୀର୍ଘ ସମୟ ପର୍ଯ୍ୟନ୍ତ ଏଭଳି ଆବେଦନକୁ ବାଚସ୍ପତି ନିଜ ପାଖରେ ରଖିପାରିବେ ନାହିଁ। ଏଭଳି ମାମଲାର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ସଂସ୍ଥା ଗଠନ କରିବାକୁ ସୁପ୍ରମିକୋର୍ଟ ବାଚସ୍ପତିଙ୍କୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, କର୍ନାଟକରେ ଜେଡିଏସ୍‌ ଓ କଂଗ୍ରେସର ମେଣ୍ଟ ସରକାର ସମୟରେ ଲାଗିରହିଥିବା ବିବାଦକୁ ନେଇ ବିଧାନସଭା ବାଚସ୍ପତି ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ବାଚସ୍ପତିଙ୍କ ଏହି ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ତେବେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତିକୁ ଅପରିବର୍ତ୍ତିତ ରଖିବା ସହ ବିଧାୟକଙ୍କୁ ଉପନିର୍ବାଚନ ଲଢ଼ିବା ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri