ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ ସୁଧୀର କୁମାର ସାମଲ ସମୀକ୍ଷା କରିଛନ୍ତି। ସେ ଜିଲା କାର୍ଯ୍ୟାଳୟକୁ ଆସି ଏ ନେଇ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। କୋଭିଡ୍-୧୯ ହସ୍ପିଟାଲ ପାଇଁ ବିଧାୟକଙ୍କ ହାତପାଣ୍ଠିରୁ ଖୁବ୍ଶୀଘ୍ର ଏକ ଆମ୍ବୁଲାନ୍ସ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ଗ୍ରାମାଞ୍ଚଳରେ ସାମାଜିକ ଦୂରତା ବଜାୟ ରଖିବା ଲାଗି ଅଧିକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି। ଏହାପରେ ସେ ସଦର ବ୍ଲକ କାର୍ଯ୍ୟାଳୟକୁ ଯାଇ ଅଧିକାରୀଙ୍କ ସହ କରୋନା ପ୍ରତିହତ ଲାଗି ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ। ସଦର ବ୍ଲକ ଶପ୍ତଶଯ୍ୟା ଏବଂ ଗଁଦିଆ ବ୍ଲକର ବିଭିନ୍ନ ସ୍ଥାନରେ ବିଧାୟକଙ୍କ ଉପସ୍ଥିତିରେ ଅସହାୟଙ୍କୁ ରନ୍ଧାଖାଦ୍ୟ ଏବଂ ମାସ୍କ ବଣ୍ଟନ କରାଯାଇଥିଲା। ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…
କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…
ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ
ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…
ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍
ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…
କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍
ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…
ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ
ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…
କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର
କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…
ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା
ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…
ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ
ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…
Archives

