Posted inଜାତୀୟ

ବିଧାୟକଙ୍କ ନାଁରେ ହତ୍ୟା ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୧ା୮(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତାଙ୍କ ଗାଡ଼ି ଦୁର୍ଘଟଣାକୁ ନେଇ ସିବିଆଇ ଭାଜପା ବିଧାୟକ କୁଲ୍‌ଦୀପ ସିଂ ସେନ୍‌ଗାର ଓ ଜଣେ ମନ୍ତ୍ରୀଙ୍କ ସମ୍ପର୍କୀୟ ସମେତ ୧୦ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି। ସିବିଆଇ ଅଧିକାରୀମାନେ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ରାଏବରେଲିର ଗୁରୁବକ୍ସଗଞ୍ଜ ଥାନା ପୋଲିସଠାରୁ ସବିଶେଷ ବିବରଣୀ ସଂଗ୍ରହ କରିବେ। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସ କ୍ରମେ ମଙ୍ଗଳବାର କେନ୍ଦ୍ର ସରକାର ଉକ୍ତ ମାମଲା ସିବିଆଇକୁ ହସ୍ତାନ୍ତର କରିଥିଲେ।
ବଳାତ୍କାର ପୀଡିତା, ତାଙ୍କ ପରିବାର ସଦସ୍ୟ ଏବଂ ଓକିଲ ଏକ କାରରେ ଯାଉଥିବାବେଳେ ରାଏବରେଲିରେ ଏକ ଟ୍ରକ୍‌ ଧକ୍କା ଦେବାରୁ ପୀଡିତାଙ୍କ ଦୁଇ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଥିଲା। ପୀଡିତା ଓ ଓକିଲ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପୀଡିତା ପରିବାର ସଦସ୍ୟଙ୍କ ଏତଲାକ୍ରମେ ସୋମବାର ଉତ୍ତରପ୍ରଦେଶ ପୋଲିସ ବିଧାୟକ ସେନ୍‌ଗାର ଓ ଅନ୍ୟ ୯ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଥିଲା। ୨୦୧୭ରେ ଉନ୍ନାଓର ନାବାଳିକାଙ୍କୁ ଭାଜପା ବିଧାୟକ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ସୁରକ୍ଷା ପ୍ରଦାନ କରିବାରେ ବିଫଳ ହୋଇଥିବାରୁ ରାଜ୍ୟ ସରକାର ସମଲୋଚିତ ହୋଇଛନ୍ତି।
ଅନ୍ୟପକ୍ଷରେ ପୀଡ଼ିତା ଲେଖିଥିବା ଚିଠିକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ନିକଟରେ ଉପସ୍ଥାପନ କରାଯାଇ ନ ଥିବାରୁ ବୁଧବାର ସୁପ୍ରିମକୋର୍ଟ ଏହାର ସେକ୍ରେଟାରି ଜେନେରାଲଙ୍କୁ ରିପୋର୍ଟ ମାଗିଛନ୍ତି। ଗୁରୁବାର ଏହାର ଶୁଣାଣି ହେବ। ପୀଡ଼ିତା ତାଙ୍କ ଜୀବନ ପ୍ରତି ବିପଦ ଅନୁଭବ କରୁଥିବା ସିଜେଆଇଙ୍କୁ ପତ୍ର ମାଧ୍ୟମରେ ଜଣାଇଥିଲେ। ଦୁର୍ଭାଗ୍ୟକୁ ଉକ୍ତ ଚିଠି ଏପର୍ଯ୍ୟନ୍ତ ତାଙ୍କ ସାମନାକୁ ଆସି ନ ଥିବାବେଳେ ଖବରକାଗଜରୁ ତାହା ସିଜେଆଇ ଜାଣିବାକୁ ପାଇଥିବା କହିଛନ୍ତି। ଚିଠି ଉପରେ ସିଜେଆଇ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିବା ପ୍ରକାଶିତ ଖବରରୁ ମନେହେଉଛି। ଏଭଳି ସ୍ଥିତିରେ ଆମକୁ କିଛି କରିବାକୁ ପଡିବ ବୋଲି ସିଜେଆଇଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଦୀପକ ଗୁପ୍ତା ଏବଂ ଅନିରୁଦ୍ଧ ବୋଷ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଉନ୍ନାଓ ପୀଡିତା ଦୁର୍ଘଟଣାକୁ ନେଇ ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ ଉତ୍ତରପ୍ରଦେଶ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଉନ୍ନାଓ ମାମଲାକୁ ନେଇ ବୁଧବାର ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବିରୋଧୀ ଦଳଗୁଡିକ ଉନ୍ନାଓ ବଳାତ୍କାର ପୀଡିତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ଅଭିଯୋଗ କରିବା ସହ ଏହା ଉପରେ ସରକାରଙ୍କଠାରୁ ଉତ୍ତର ଦାବି କରି କକ୍ଷତ୍ୟାଗ କରିଥିଲେ। ବିରୋଧୀ ଦଳ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କ ନୀରବତାକୁ ନେଇ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?