ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି । ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ । କିନ୍ତୁ ମେ ୩ ତାରିଖ ପରେ କରୋନା ମୁକାବିଲା ନେଇ ସରକାରଙ୍କ ନୂଆ ଗାଇଡ୍‌ଲାଇନ ପରେ ରଥଯାତ୍ରା ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି କହିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। କରୋନା କଟକଣା ଭିତରେ କିପରି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଏବଂ ଅକ୍ଷୟ ତୃତୀୟା ନୀତି କରାଯିବ ସେ ନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଲୋଡିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି। ଶୁକ୍ରବାର ରାତିରେ ଗୋବର୍ଦ୍ଧନ ମଠରେ ଅନୁଷ୍ଠିତ ବୈଠକ ପରେ ଗଜପତି ମହାରାଜା କହିଥିଲେ, ମହାପ୍ରଭୁଙ୍କ ବିଧି ରକ୍ଷା ହେଉ ବୋଲି ଶଙ୍କରାଚାର୍ଯ୍ୟ ପରାମର୍ଶ ଦେଇଛନ୍ତି। ତେବେ କୋଭିଡ୍‌-୧୯ ଗାଇଡଲାଇନ ମୁତାବକ ମେ ୩ତାରିଖ ପର୍ଯ୍ୟନ୍ତ ବାହାରେ କୌଣସି ଯାତ୍ରା ହୋଇପାରିବ ନାହିଁ। ଲକ୍‌ଡାଉନ ଶେଷ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ଶ୍ରୀମନ୍ଦିର ପରିସରରେ ହେବ। ଆସନ୍ତା ରବିବାର ଅକ୍ଷୟ ତୃତୀୟା ନୀତି ଅର୍ଥାତ୍‌ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ଶ୍ରୀମନ୍ଦିର ଭିତରେ ହିଁ ହେବ। ସେହିପରି ଅକ୍ଷୟ ତୃତୀୟାରୁ ଆରମ୍ଭ ହେବାକୁ ଥିବା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ମଧ୍ୟ ମନ୍ଦିର ଭିତରେ କରାଯିବ। ତେବେ କେଉଁଠି କିପରି ହେବ ଶନିବାର ଜିଲାପାଳ ସମ୍ପୃକ୍ତ ସେବକଙ୍କ ସହ ଆଲୋଚନା କରି ଚୂଡ଼ାନ୍ତ କରିବେ। ମେ ୩ ତାରିଖ ପରେ ସରକାର ଯେଉଁ ଗାଇଡଲାଇନ ଆଣିବେ ତାହାକୁ ଦୃଷ୍ଟିରେ ରଖି ରଥଯାତ୍ରା ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ତେବେ ସରକାରଙ୍କ ନିୟମ ମାନି କିପରି ରଥଯାତ୍ରା ହୋଇପାରିବ ସେ ନେଇ ଆମେ ନିବେଦନ ରଖିବୁ ବୋଲି ଗଜପତି ମହାରାଜା କହିଛନ୍ତି। ବୈଠକରେ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର, ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ୍‌ କରିବା ପୂର୍ବରୁ ମଧ୍ୟାହ୍ନରେ ଭିଡିିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣାକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଏବଂ ରଥଯାତ୍ରା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ସେବାୟତ ସଦସ୍ୟ ମହାପ୍ରଭୁଙ୍କ କୌଣସି ପରମ୍ପରା ବନ୍ଦ କରାଯିବ ନାହିଁ ବୋଲି କହିଥିଲେ। ଏହାକୁ ନେଇ ଆଲୋଚନା କିଛି ସମୟ ବେଶ୍‌ ସରଗରମ୍‌ ରହିଥିଲା। ଶେଷରେ ସଦସ୍ୟମାନେ ଗଜପତି ମହାରାଜାଙ୍କ ଉପରେ ନିଷ୍ପତ୍ତି ଛାଡିଥିଲେ। ମାତ୍ର ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟ୍‌ସ ଅନୁସାରେ କୌଣସି ଧାର୍ମିକ ପ୍ରସଙ୍ଗରେ ଗୋବର୍ଦ୍ଧନ ପୀଠର ପରମପୂଜ୍ୟପାଦ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ହିଁ ନିଷ୍ପତ୍ତି ନେଇପାରିବେ। ତେଣୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ୍‌ କରିବା ଲାଗି ଗଜପତି କହିଥିଲେ। ସନ୍ଧ୍ୟାରେ ସମସ୍ତେ ଗୋବର୍ଦ୍ଧନ ମଠରେ ପହଞ୍ଚତ୍ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri