ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍‌ସିର ବିନା ଅନୁମତିରେ ଦୋକାନ ଖୋଲିଥିଲେ। ଫଳରେ ସେମାନଙ୍କ ଦୋକାନ ଉପରେ ବିଏମସି ପକ୍ଷରୁ ଚଢାଉ କରାଯାଇ ଜରିମାନା ଆଦାୟ କରାଯାଇଛି। ବିଏମ୍‌ସି ପକ୍ଷରୁ ଯେ ପର୍ଯ୍ୟନ୍ତ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇନାହିଁ ସେ ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି କୌଣସି ଦୋକାନ ଖୋଲିବ ନାହିଁ ବୋଲି ବିଏମସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି। କେବଳ ନିର୍ମାଣ ସାମଗ୍ରୀ ଦୋକାନ ଖୋଲା ରହିବ ସହ ବିକ୍ରି କରାଯିବ। ସମ୍ପୃକ୍ତ ଦୋକାନୀମାନେ ରାତିରେ ଯାନବାହାନ ଯୋଗେ ସ୍ଥାନାନ୍ତର କରିପାରିବେ ବୋଲି ଡେପୁଟି କମିଶନର ସାହୁ କହିଛନ୍ତି।
ରବିବାର ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳରେ ବ୍ୟବସାୟୀ ଦୋକାନ ଖୋଲି ବ୍ୟବସାୟ କରୁଥିବା ନଜରକୁ ଆସିଥିଲା। ଦୋକାନ ବନ୍ଦ ରଖିବାକୁ ବିଏମ୍‌ସି ଦ୍ୱାରା ସ୍ବତନ୍ତ୍ର ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶନାମାକୁ ଦେଖାଇ ଦୋକାନ ଖୋଲିଥିଲେ। ରାଜ୍ୟ ସରକାର ବିଏମ୍‌ସି କମିଶନରଙ୍କୁ ଭୁବନେଶ୍ୱରରେ କ’ଣ ଖୋଲାଯିବ ଓ ନ ଖୋଲିବ ତା’ର ବିଚାର କରିବାକୁ ଦାୟିତ୍ୱ ଦେଇଥିଲେ। ହେଲେ ବିଏମ୍‌ସି ନିର୍ଦ୍ଦେଶକୁ ୩ ଜୋନର ମିଠା, ଗ୍ୟାରେଜ ଓ ଛୋଟ ଛୋଟ ଦୋକାନୀମାନେ ଅମାନ୍ୟ କରି ଦୋକାନ ଖୋଲିଥିବାରୁ ସେମାନଙ୍କଠାରୁ ସୋମବାର ୫୦ହଜାରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ ସହ ନୂଆ ନିର୍ଦ୍ଦେଶନାମା ନ ଆସିବା ଯାଏ ଦୋକାନ ବନ୍ଦ ରଖିବାକୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri