ବିନା ଡାକ୍ତରରେ ଡାକ୍ତରଖାନା

ଚିତ୍ରଡ଼ା,୧୫ା୬(ଡି.ଏନ୍‌.ଏ.)- ସ୍ବାସ୍ଥ୍ୟ ସେବାକୁ ‘ମୋ ସରକାର’ ଯୋଜନାରେ ସାମିଲ କରି ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଏବଂ ସାନ ମୁଁଢାବଣୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ ହୋଇଛି। ଏହି ଦୁଇ ଡାକ୍ତରଖାନା ବିନା ଡାକ୍ତରରେ ଚାଲୁଥିବାରୁ ଲୋକେ ବହୁ ଅସୁବଧାର ସମ୍ମୁଖିନ ହେବା ସହ ଖର୍ଚ୍ଚାନ୍ତ ହେଉଛନ୍ତି।
ମୋରଡ଼ା ବ୍ଲକ ସମ୍ମୁଖରେ ରହିଛି ଚିତ୍ରଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ପାଖାପାଖ ୬ରୁ ୭ଟି ପଞ୍ଚାୟତର ପ୍ରାୟ ୧୫୦୦୦ ଲୋକେ ନିର୍ଭର କରିଥାନ୍ତି। ୨୦୧୨ରୁ ଏଠାରେ ନିୟୋଜିତ ଥିବା ଡାକ୍ତରଙ୍କ ଅନ୍ୟତ୍ର ବଦଳି ହେବାପରେ ସେହିଦିନଠାରୁ ସ୍ଥାୟୀ ଡାକ୍ତର ପଦ ଖାଲି ପଡ଼ିଛି। ପ୍ରତିଦିନ ଶତାଧିକ ରୋଗୀ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସି ଡାକ୍ତରଙ୍କୁ ନ ପାଇ ନିରାଶରେ ଫେରୁଥିବା ଦେଖିବାକୁ ମିଳୁଛି। ବାରମ୍ବାର ଲୋକଙ୍କ ଦାବି ପରେ ସରକାର କବିତା ପଣ୍ଡା ନାମକ ଜଣେ ଡାକ୍ତରଙ୍କୁ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟୋଜିତ କରାଇଥିଲେ। କୌଣସି କାରଣରୁ ସେ ଗତ କିଛିଦିନ ହେବ ଡାକ୍ତରଖାନାକୁ ଆସୁ ନାହାନ୍ତି। ସବୁଠାରୁ ଆଶ୍ଚର୍ଯ୍ୟ ବିଷୟ ଚିକିତ୍ସାଳୟରେ ଜଣେ ପିଅନ ଥିବା ବେଳେ ଫାର୍ମାସିଷ୍ଟ ରୋଗୀ ଦେଖି ଔଷଧ ଦେଉଛନ୍ତି।
ସେହିପରି ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁଙ୍କ ଜନ୍ମମାଟି ସାନ ମୁଁଢାବଣୀ ଗାଁରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଏହିପରି ଅସୁବିଧା ଦେଖିବାକୁ ମିଳିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରର ଦୁରବସ୍ଥା ଦେଖି ରୋଗୀମାନେ ଲକଡାଉନ ସମୟରେ ୮/୧୦ କି.ମି. ଚାଲିଚାଲି ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବା ଦେଖିବାକୁ ମିଳୁଛି।
ଚିତ୍ରଡ଼ା ଅଞ୍ଚଳର ପର୍ଶୁରାମ ମହାନ୍ତ କୁହନ୍ତି ଆଗରୁ ଏହି ଡାକ୍ତରଖାନାକୁ ପ୍ରତିଦିନ ୧୦୦ରୁ ଊଦ୍ଧର୍‌ବ ଲୋକ ସ୍ବାସ୍ଥ୍ୟ ପରୀକ୍ଷାପାଇଁ ଆସୁଥିଲେ। କିନ୍ତୁ ଡାକ୍ତର ନ ଥିବାରୁ ସେମାନେ କିଷାନତାଣ୍ଡି ଡାକ୍ତରଖାନାକୁ ଯାଉଛନ୍ତି। ଯଥାଶୀଘ୍ର ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ସେ ନିବେଦନ କରିଛନ୍ତି। ମୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକପ୍ରାର୍ଥୀ ପ୍ରଭାସ କର ମହାପାତ୍ର କୁହନ୍ତି ଯେ, କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ଏହିପରି ଅବ୍ୟବସ୍ଥା ଦେଖାଦେଇଥିଲା। ଆମେ ରାଜରାସ୍ତାକୁ ଓହ୍ଲାଇବା ପରେ ଏହାର ସମାଧାନ ହୋଇଥିଲା। ଆଗାମୀ ଦିନରେ ଏଠାକାର ସମସ୍ୟା ସମାଧାନ ନ ହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି। ମୋରଡ଼ା ବ୍ଲକ ବିଜୁ ଜନତା ଦଳର ସଭାପତି ଜୟପ୍ରକାଶ ରାଉଳ କୁହନ୍ତି, ଏହା ଆମ ନଜରରେ ଅଛି। ଡାକ୍ତର ସମସ୍ୟାର ସମାଧାନ ପାଇଁ ଆଗାମୀ ଦିନରେ ଆମେ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବୁ।
ଏ ସମ୍ପର୍କରେ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ନ ଉଠାଇବାରୁ ତାଙ୍କ ମତାମତ ମିଳି ପାରି ନାହିଁ। କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା.ସଂଗ୍ରାମ ସାହୁଙ୍କୁ ପଚାରିବାରୁ ଡାକ୍ତର ନିଯୁକ୍ତ ହୋଇଛନ୍ତି କିନ୍ତୁ ସେମାନେ କାର୍ଯ୍ୟରେ ଯୋଗ ଦେଉ ନାହାନ୍ତି। ଡାକ୍ତର ଆସିଲେ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri