ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଇମଣିଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହୋଇଥିବା ସ୍ବାମୀ ସଞ୍ଜୟ ନାଏକ ଏବଂ ଶ୍ୱଶୁର ମଙ୍ଗଳ ନାଏକଙ୍କୁ ରବିବାର ରାଇରଙ୍ଗପୁର ଜେଲରୁ ଖଲାସ କରାଯାଇଛି। ତେବେ ବିନା ଦୋଷରେ ଦୀର୍ଘ ଅଢ଼େଇମାସରୁ ଊର୍ଦ୍ଧ୍ୱ ସଞ୍ଜୟ ଏବଂ ମଙ୍ଗଳଙ୍କୁ ଜେଲଦଣ୍ଡ ଦିଆଯିବାରେ ପୋଲିସକୁ ସମ୍ପୂର୍ଣ୍ଣ ମାତ୍ରାରେ ଦାୟୀ କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଏହି ଘଟଣା ପୋଲିସର ଦାୟିତ୍ୱହୀନ ତଦନ୍ତ ଏବଂ ତ୍ରୁଟିପୂର୍ଣ୍ଣ ଆଇନ ବ୍ୟବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଉଲ୍ଲେଖନୀୟ ଯେ, ବାଦାମପାହାଡ ଥାନା ଅଧୀନ ପୁରୁଣାପାଣି ଗ୍ରାମର ରାଇମଣି କିଛି ମାସ ପୂର୍ବରୁ ଘରୁ ଚାଲିଯାଇ କଟକରେ ରହି କାମଧନ୍ଦା କରୁଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ପାଇ ନ ଥିଲେ। ଘଟଣା କ୍ରମେ ଗତ ଏପ୍ରିଲ ୨୭ ତାରିଖରେ ବାଦାମପାହାଡ ଥାନା ଅଧୀନ ପାହାଡପୁର ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିଥିଲା। ପୋଲିସ ଏହାର ତଦନ୍ତ କଲାବେଳେ ମୃତଦେହ ନିଖୋଜ ରାଇମଣିଙ୍କର ବୋଲି ତାଙ୍କ ଆତ୍ମୀୟସ୍ବଜନ ସନ୍ଦେହ ପ୍ରକାଶ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଇମଣିଙ୍କୁ ଜଙ୍ଗଲରେ
ହତ୍ୟା କରାଯାଇଥିତ୍ବା ଦର୍ଶାଇ ପୋଲିସ ତାଙ୍କ ସ୍ବାମୀ ସଞ୍ଜୟ ଓ ଶ୍ୱଶୁର ମଙ୍ଗଳଙ୍କୁ ଗିରଫ କରିିଥିଲା। ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଥାନାରେ ଏକ ହତ୍ୟା ମାମଲା(ନଂ.୧୮/୧୯) ରୁଜୁ କରାଯାଇଥିଲା। ଗିରଫ ସଞ୍ଜୟ ଓ ତାଙ୍କ ବାପା ବିନା ଦୋଷରେ ସେବେଠାରୁ ଜେଲରେ ଦିନ କାଟୁଥିଲେ। ଗତ ସପ୍ତାହରେ ରାଇମଣି କଟକରୁ ଘରକୁ ଫେରି ଆସିବା ପରେ ଘଟଣା ଭିନ୍ନମୋଡ଼ ନେଇଥିଲା। ରାଇମଣିଙ୍କ ନିଖୋଜ ରହସ୍ୟ ଉପରୁ ପର୍ଦ୍ଦା ଉଠିବାରୁ ପୋଲିସକୁ ଅପଦସ୍ଥ ହେବାକୁ ପଡିଥିଲା। ଏଭଳି ସ୍ଥିତିରେ ପୋଲିସ ସତର୍କତାର ସହ ରାଇମଣିଙ୍କୁ ଏକ ଗୁପ୍ତ ସ୍ଥାନରେ ରଖି ପଚରାଉଚରା କରି ଶନିବାର ରାଇରଙ୍ଗପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଇଥିଲା। ସେଠାରେ ତାଙ୍କ ବୟାନ ରେକର୍ଡ ପରେ ପରିବାର ଲୋକଙ୍କ ହେପାଜତରେ ଛଡାଯାଇଛି।
ଅପରପକ୍ଷରେ ରାଇମଣିଙ୍କ ଏବେ ପତ୍ତା ମିଳିଥିବାରୁ ପାହାଡପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ମହିଳାଙ୍କ ମୃତଦେହ କାହାର ତାହା ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି ପ୍ରସଙ୍ଗରେ ପୋଲିସ ହରଡଘଣାରେ ପଡ଼ିଯାଇଛି। ଏଭଳି ସମ୍ବେଦନଶୀଳ ଘଟଣାରେ କାହାର ଭୁଲ ରହିଛି ସେ ନେଇ ତଦନ୍ତ ଚାଲିଛି। ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଶୋକ ପଟ୍ଟନାୟକଙ୍କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଛି ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାର ସୂଚନା ଦେଇଛନ୍ତିି। ବିନା ଦୋଷରେ ହତ୍ୟା ମାମଲାରେ ଗିରଫ ହୋଇ ସଜା କାଟୁଥିବା ସଞ୍ଜୟ ଓ ତାଙ୍କ ବାପା ମଙ୍ଗଳ ଜେଲରୁ ଖଲାସ ହୋଇ ଘରକୁ ଫେରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri