ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ ପ୍ରାଥମିକତା ହୋଇଛି। ଏହାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନରେ ନିୟୋଜିତ ଯାନବାହନଗୁଡ଼ିକ ଯେପରି ବିନା ବାଧାରେ ଚଳପ୍ରଚଳ କରିବ ସେ ନେଇ ସୁନିଶ୍ଚିତ କରିବାକୁ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକ ଓ ଭୁବନେଶ୍ୱର ମହାନଗର ନିଗମ ମଧ୍ୟରେ ସେହି ଯାନବାହନଗୁଡିକ ନିର୍ବିଘ୍ନରେ ଚଳାଚଳ କରିବ। ଏଥିସହିତ ଜାତୀୟ ରାଜପଥ(ଏନ୍‌ଏଚ୍‌) କଡ଼ରେ ଥିବା ଢାବା, ଗ୍ୟାରେଜ୍‌ ଏବଂ ଯନ୍ତ୍ରାଂଶ ଦୋକାନଗୁଡ଼ିକ ଯେପରି ଖୋଲା ରହିବ ସେ ନେଇ ପଦକ୍ଷେପ ନେବାକୁ ଯୋଗାଣ ଅଧିକାରୀ ଏବଂ ଆର୍‌ଟିଓମାନଙ୍କ ସହଯୋଗରେ ଏହି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାନବାହନଗୁଡ଼ିକ ଯେପରି ଲକ୍ଷ୍ୟସ୍ଥଳରେ ସୁରକ୍ଷିତ ଭାବେ ପହଞ୍ଚତ୍ପାରିବେ ସେନେଇ ପଦକ୍ଷେପ ନେବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଛଡ଼ା ଅନ୍ୟ ଗାଡ଼ି ଯେପରି ଚଳାଚଳ ନ କରିବ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଯାନବାହନ ପାଇଁ କୌଣସି ଅନୁମତିପତ୍ରର ଆବଶ୍ୟକତା ନାହିଁ। ଢାବାରେ ଯେପରି ଭିଡ଼ ନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ କରୁଥିବା କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନେ ଯେପରି ଢାବାକୁ ନ ଆସିବେ ସେ ନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri