ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ

ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ ହେବେ ନାହିଁ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ପୋଲିସ ଜଗିବେ। ଚତୁଃପାର୍ଶ୍ୱ ରାସ୍ତାକୁ ବନ୍ଦ କରାଯିବ। ସେହିପରି ଶ୍ରୀମନ୍ଦିରରୁ ଠାକୁର ଯେଉଁ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ଯାଆନ୍ତି ତାହା ବି ବନ୍ଦ ରହିବ। ଶୋଭାଯାତ୍ରା ବାହାରିବନି। କେବଳ ଠାକୁରଙ୍କୁ ନିଆଯାଇ ନୀତି କରାଯିବ। ଦିନରେ ଚାପ ସରିବ, ସନ୍ଧ୍ୟା ପୂର୍ବରୁ ଠାକୁର ଶ୍ରୀମନ୍ଦିରକୁ ଫେରିଆସିବେ। ସାମାଜିକ ଦୂରତା ତଥା କଡ଼ା କଟକଣା ମଧ୍ୟରେ ଏଥର ଚନ୍ଦନ ଯାତ୍ରା ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି।

ଆସନ୍ତା ୨୬ ତାରିଖରେ ଅକ୍ଷୟ ତୃତୀୟା। ଏହି ପବିତ୍ର ତିଥିରୁ ଆରମ୍ଭ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରା। ୨୧ଦିନ ଧରି ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବଙ୍କ ସହ ମିଶି ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ତେବେ କରୋନା ପାଇଁ ଏଥର ବିନା ଭକ୍ତରେ ଚନ୍ଦନ ଯାତ୍ରା ହେବ। ଏଥିଲାଗି ଚନ୍ଦନ ଯାତ୍ରା ସହିତ ସମ୍ପୃକ୍ତ ସେବକମାନଙ୍କ ସହ ଶ୍ରୀମନ୍ଦିର ପ୍ରଶାସନ ଆଲୋଚନା କରିଛି। ପରମ୍ପରା ମୁତାବକ ଚନ୍ଦନ ଯାତ୍ରା ହେବ। ନୀତିରେ କୌଣସି ବ୍ୟତିକ୍ରମ ହେବ ନାହିଁ। ସେବକମାନେ ମହାପ୍ରଭୁଙ୍କୁ ବିମାନରେ ଆଣିବାବେଳେ ସାବଧାନତା ଅବଲମ୍ବନ କରିବେ। ମହାପ୍ରଭୁ ନରେନ୍ଦ୍ରରେ ଚାପ ଖେଳି ସନ୍ଧ୍ୟାରେ ଶ୍ରୀମନ୍ଦିରକୁ ଫେରିଆସିବେ। ନିରାଡମ୍ବର ଭାବେ ଯାତ୍ରା କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖର୍ଚ୍ଚ କାଟ କରାଯାଇଛି ବୋଲି ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି। କିନ୍ତୁ ରଥଯାତ୍ରାକୁ ନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri